ତୋୟକ ସଙ୍ଗଣା

ଓଡ଼ିଆ ରାଜନେତା

ତୋୟକ ସଙ୍ଗଣା (୧ ମଇ ୧୯୧୮ - ୮ ସେପ୍ଟେମ୍ବର ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭାର ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୫୨ ଓ ୧୯୫୭ ଭାରତୀୟ ସାଧାରଣ ନିର୍ବାଚନରେ ସେ ରାୟଗଡ଼ା-ଫୁଲବାଣୀ ଓ କୋରାପୁଟ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ତୋୟକ ସଙ୍ଗଣା
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଲକ୍ଷ୍ମଣ ପୂଜାରୀ
ପର ଅଧିକାରୀହରିଶ୍ଚନ୍ଦ୍ର ବକ୍ସିପାତ୍ର
ନିର୍ବାଚନ ମଣ୍ଡଳୀକୋରାପୁଟ
ସାଂସଦ: ୨ୟ ଲୋକ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୨
ନିର୍ବାଚନ ମଣ୍ଡଳୀକୋରାପୁଟ
ସାଂସଦ: ୧ମ ଲୋକ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀରାୟଗଡ଼ା-ଫୁଲବାଣୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1918-05-01)୧ ମଇ ୧୯୧୮
ମୃତ୍ୟୁ୮ ସେପ୍ଟେମ୍ବର ୧୯୮୦(1980-09-08) (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀତୋୟକ ସୁଧା
ସନ୍ତାନ
ବାପା/ବୋଉତୋୟକ ମୋଖାଲିଙ୍ଗମ୍ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ତୋୟକ ସଙ୍ଗଣା ୧୯୧୮ ମସିହାର ମଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ତୋୟକ ମୋଖାଲିଙ୍ଗମ୍ ଓ ପତ୍ନୀଙ୍କ ନାମ ତୋୟକ ସୁଧା ।[୧]

ରାଜନୈତିକ ଜୀବନ ସମ୍ପାଦନା

ତୋୟକ ସଙ୍ଗଣା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୬୩ ମସିହାରୁ ୧୯୬୭ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ଲୋକ ସଭା ଓ ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଲୋକ ସଭା ରାୟଗଡ଼ା-ଫୁଲବାଣୀ ଭାରତୀୟ ଜାତୀୟ କଂଗ୍ରେସ
୧୯୫୭ ୧୯୬୨ ସଭ୍ୟ, ୨ୟ ଲୋକ ସଭା କୋରାପୁଟ ଭାରତୀୟ ଜାତୀୟ କଂଗ୍ରେସ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା କୋରାପୁଟ ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ ସମ୍ପାଦନା

ତୋୟକ ସାଙ୍ଗଣା ୧୯୮୦ ମସିହାର ସେପ୍ଟେମ୍ବର ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Toyaka Sangana". odishaassembly.nic.in. Odisha Assembly. Retrieved 15 March 2022.