ଅକ୍ଷୟ ତୃତୀୟା

ଭାରତୀୟ ସଂସ୍କୃତିର ଏକ ମହତ୍ତ୍ୱପୂର୍ଣ୍ଣ ଦିବସ ଓ ପର୍ବ
(ଅଖି ତୃତୀୟାରୁ ଲେଉଟି ଆସିଛି)

ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।

ଅକ୍ଷୟ ତୃତୀୟା
ଅନ୍ୟ ନାମଅକ୍ଷିତୃତୀୟା
ପର୍ବ ପାଳନଅକ୍ଷିମୁଠି ଅନୁକୂଳ, ଚନ୍ଦନଯାତ୍ରା ଆରମ୍ଭ, ଶୀତଳ ଶଷ୍ଠୀ (ଥାଳ ଉଠା) ଆରମ୍ଭ
ତାରିଖବୈଶାଖ ଶୁକ୍ଳ ତୃତୀୟା
୨୦୨୩ ତାରିଖ୨୩ ଅପ୍ରେଲ (ରବିବାର)
୨୦୨୪ ତାରିଖ୧୦ ମଇ (ଶୁକ୍ରବାର)

ଅକ୍ଷୟ ତୃତୀୟା ବ୍ରତ

ସମ୍ପାଦନା

ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି । ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା । ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା । କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ । ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା । ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ । ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି । ଶ୍ରୀ ଜଗନ୍ନାଥଙ୍କ ସ୍

ରଥନିର୍ମାଣର ଶୁଭାନୁକୂଳ

ସମ୍ପାଦନା

ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ । []

ଚନ୍ଦନ ଯାତ୍ରା

ସମ୍ପାଦନା

ଏହି ଦିନଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।

ଏହି ଦିନର ବିଶେଷତ୍ୱ

ସମ୍ପାଦନା

ଆହୁରି ଦେଖନ୍ତୁ

ସମ୍ପାଦନା
  1. "2015 Akshaya Tritiya". DrikPanchang. Retrieved 2 November 2014.
  2. ଆଦିତ୍ୟ ନାରାୟଣ ମିଶ୍ର, ସୂର୍ଯ୍ୟପ୍ରଭା, ପୃଷ୍ଠା- ୯, ମଙ୍ଗଳବାର, ଅପ୍ରେଲ ୨୪, ୨୦୧୨
  3. The Calcutta Historical Journal. Calcutta University. 2000.
  4. Manish Verma (2013). Fasts and Festivals of India. Diamond Pocket Books (P) Ltd. pp. 25–. ISBN 978-81-7182-076-4.
  5. "May 2011 – Akshaya Tritiya – Akhatrij Subh Muhurat (Akha Teej ) | The Chakra News". chakranews.com. Archived from the original on 21 May 2013. Retrieved 21 March 2013. Parashuram was born on this day.
  6. "Time for an auspicious start - Residents look forward to Akshay Tritiya celebrations". www.telegraphindia.com. The Telegraph. Retrieved 7 May 2019.
  7. YOGY SINGHAL (November 2013). THE HUMAN TRINITY. Partridge Pub. pp. 170–. ISBN 978-1-4828-1389-0.
  8. Sant Shri Asharamji Ashram. Rishi Prasad Holi 2013. Sant Shri Asharamji Ashram. pp. 26–. GGKEY:H0Y5JN81CQU.[permanent dead link]

ସମ୍ବଲପୁରର ବିଖ୍ୟାତ ଶୀତଳଶଷ୍ଠି ଯାତ୍ରାର ଥାଳ ଉଠା (ଶୁଭାରମ୍ଭ) କାର୍ଯ୍ୟକର୍ମ ଏହି ଦିନ ଅନୁଷ୍ଠିତ ହୁଏ ।== ଅଧିକ ତଥ୍ୟ ==