ଅତନୁ ସବ୍ୟସାଚୀ ନାୟକ
ଅତନୁ ସବ୍ୟସାଚୀ ନାୟକ (ଜନ୍ମ: ୭ ମଇ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଅତନୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପାଟକୁରା ଏବଂ ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଅତନୁ ସବ୍ୟସାଚୀ ନାୟକ | |
---|---|
![]() | |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ତ୍ରିଲୋଚନ ବେହେରା |
ପର ଅଧିକାରୀ | ବେଦ ପ୍ରକାଶ ଅଗ୍ରୱାଲ |
ନିର୍ବାଚନ ମଣ୍ଡଳୀ | ପାଟକୁରା |
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ଏବେଯାଏଁ | |
ନିର୍ବାଚନ ମଣ୍ଡଳୀ | ମହାକାଳପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମଇ ୭, ୧୯୬୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ରାଜକିଶୋର ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ
ଅତନୁ ସବ୍ୟସାଚୀ ନାୟକ ୧୯୬୭ ମସିହାର ମଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜକିଶୋର ନାୟକ ।[୧] ଅତନୁଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକୋତ୍ତର ।[୧]
ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ
ଅତନୁ ସବ୍ୟସାଚୀ ନାୟକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧] ଅତନୁ ୨୦୦୯ ମସିହାରୁ ୨୦୧୨ ଓ ୨୦୧୪ ମସିହାରୁ ୨୦୧୬ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]