ଅଭିରାମ ନାଏକ
ଅଭିରାମ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଅଭିରାମ ନାଏକ | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ସୁବର୍ଣ୍ଣ ନାଏକ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଅଭିରାମ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଥରେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅଭିରାମ ନାଏକ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୫,୯୫୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ମୋହନ ଚରଣ ମାଝୀଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଆଧାର
ସମ୍ପାଦନା- ↑ "Shri Abhiram Naik". odishaassembly.nic.in. Odisha Assembly. Retrieved 21 July 2019.
- ↑ ୨.୦ ୨.୧ "Orissa 2014". Election Commission of India (in Indian English). Retrieved 2019-06-27.