ହିନ୍ଦୁ ପୁରାଣ ମହାଭାରତର ବର୍ଣ୍ଣନା ଅନୁସାରେ ଅମ୍ବିକା ହେଉଛନ୍ତି କାଶୀରାଜାଙ୍କ କନ୍ୟା ତଥା ଅମ୍ବା ଏବଂ ଅମ୍ବାଳିକାଙ୍କ ଭଉଣୀ ।[୧]

ଅମ୍ବା, ଅମ୍ବିକା ଏବଂ ଅମ୍ବାଳିକାଙ୍କ ସ୍ୱୟଂବର ହେବାକୁ ଯାଉଥିଲା । ଭୀଷ୍ମ ଏହି ତିନି ରାଜକୁମାରୀଙ୍କ ସ୍ୱୟଂବର ବିଷୟରେ ଜାଣିଲେ ଏବଂ ତାଙ୍କ ସାବତ ଭାଇ ବିଚିତ୍ରବୀର୍ଯ୍ୟଙ୍କ ପାଇଁ ରାଜକୁମାରୀଙ୍କୁ ଜିତିବା ପାଇଁ ସ୍ୱୟଂବରକୁ ଯାଇଥିଲେ । ସେଠାରେ ପହଞ୍ଚିବା ପରେ ଭୀଷ୍ମ ରାଜକନ୍ୟାଙ୍କୁ ସାଥିରେ ନେଇଯିବାର ଇଚ୍ଛା ଘୋଷଣା କରନ୍ତେ ଏକତ୍ରିତ ହୋଇଥିବା ଅନ୍ୟା ରାଜାମାନେ ତାଙ୍କୁ ଅଟକାଇବାକୁ ଚେଷ୍ଠା କରିଥିଲେ । ଭୀଷ୍ମ ରାଜକୁମାରୀମାନଙ୍କୁ ତାଙ୍କ ରଥରେ ବାଧ୍ୟ କରି ବସାଇ ସେଠାରୁ ଚାଲିଆସିଲେ । ଭୀଷ୍ମଙ୍କ ସହ ଯେଉଁ ଯୁଦ୍ଧ ହେଲା ସେଥିରେ ଅନ୍ୟମାନେ ପରାସ୍ତ ହେଲେ । ଅମ୍ବାଙ୍କ ଭାବୀ ପତି ଶାଲ୍ୱ ରାଜକୁମାର ମଧ୍ୟ ଭୀଷ୍ମଙ୍କ ସହ ଯୁଦ୍ଧ କରି ପରାସ୍ତ ତଥା ଆହତ ହୋଇଥିଲେ । ତେବେ ଅମ୍ବାଙ୍କ ଅନୁରୋଧକ୍ରମେ ଭୀଷ୍ମ ତାଙ୍କ ଜୀବନ ରକ୍ଷା କରିଥିଲେ । ଅମ୍ବାଙ୍କ ନିଜ ଅଭିଳାଷ ବିଷୟରେ ଜାଣି ନ ଥିବାରୁ ଭୀଷ୍ମ ହସ୍ତିନାପୁରକୁ ଯାଇ ମାତା ସତ୍ୟବତୀଙ୍କ ସମ୍ମୁଖରେ ତିନି ରାଜକୁମାରୀଙ୍କୁ ଉପସ୍ଥାପନ କଲେ । ଅମ୍ବା ଭୀଷ୍ମ ଏବଂ ବ୍ରାହ୍ମଣ ପରିଷଦ ନିକଟକୁ ଯାଇ ପ୍ରକାଶ କରିଥିଲେ ଯେ ସେ ଏବଂ ଶାଲ୍ୱ ପରସ୍ପରକୁ ଭଲ ପାଉଛନ୍ତି ଏବଂ ସେ ତାଙ୍କୁ ସ୍ୱୟଂବରରେ ତାଙ୍କ ସ୍ୱାମୀ ଭାବରେ ବାଛିବାକୁ ଯାଉଛନ୍ତି । ଭୀଷ୍ମ ଏକଥା ଜାଣିବା ପରେ ସ୍ୱୀକାର କରିଛନ୍ତି ଯେ ତାଙ୍କର ଯୁକ୍ତି ଠିକ୍ ଏବଂ ତାଙ୍କୁ ସମ୍ମାନର ସହ ଶାଲ୍ୱଙ୍କ ନିକଟକୁ ପଠାଇଦେଇ ଅମ୍ବିକା ଏବଂ ଅମ୍ବାଳିକାଙ୍କୁ ବିଚିତ୍ରବୀର୍ଯ୍ୟଙ୍କ ସହ ବିବାହ କରାଇଥିଲେ ।[୨]

ସମୟକ୍ରମେ ବିଚିତ୍ରବୀର୍ଯ୍ୟ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କଲେ ।[୩] ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ ସେ ଦୁଇରାଣୀ ନିଃସନ୍ତାନ ରହିଗଲେ । ଭୀଷ୍ମ ପ୍ରଥମରୁ ବ୍ରହ୍ମଚର୍ଯ୍ୟ ବ୍ରତର ଶପଥ ନେଇଥିଲେ ଏବଂ ଏବେ ଦୁଇ ପୁତ୍ର, ଚିତ୍ରାଙ୍ଗଦ ତଥା ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ କୁରୁବଂଶର ଏକ୍ଉ ତ୍ତରାଧୀକାରିର ଆବଶ୍ୟକତା ଥିଲା । ବିଚିତ୍ରବୀର୍ଯ୍ୟଙ୍କ ମୃତ୍ୟୁପରେ, ମା ସତ୍ୟବତୀ ତାଙ୍କର ପ୍ରଥମ ପୁତ୍ର ବେଦବ୍ୟାସଙ୍କୁ ଡକାଇ ପଠାଇଲେ । ଏହି ସମୟରେ ସତ୍ୟବତୀ ନିଜର ସବୁଠାରୁ ବଡ଼ପୁଅ ବେଦବ୍ୟାସଙ୍କୁ ମନେ ପକେଇଲେ ଏବଂ ଅମ୍ବିକା ଓ ଅମ୍ବାଳିକାଙ୍କର ଗର୍ଭାଧାନ କରାଇଥିଲେ । ଯେତେବେଳେ ବେଦବ୍ୟାସ ଅମ୍ବିକାଙ୍କ ସହ ପୁତ୍ରାର୍ଥେ ସମ୍ଭୋଗ କରୁଥିଲେ, ସେ ଲଜ୍ଜା ହେତୁ ଆଖି ବନ୍ଦ କରିଦେଲେ । ଏହି କାରଣରୁ ତାଙ୍କ ପୁଅ ଧୃତରାଷ୍ଟ୍ର ଅନ୍ଧ ହୋଇ ଜନ୍ମ ହୋଇଥିଲେ । ସତ୍ୟବତୀ ଅମ୍ବାଳିକାଙ୍କୁ ନିର୍ଦ୍ଦେଶ ଦେଲେକି, ସେ ଅମ୍ବିକାଙ୍କ ପରି ନିଜ ଆଖି ବନ୍ଦ ନ କରନ୍ତୁ । ଯେତେବେଳେ ବେଦବ୍ୟାସ ଅମ୍ବାଳିକାଙ୍କ ସମ୍ମୁଖରେ ପ୍ରସ୍ତୁତ ହେଲେ ତ ଅମ୍ବାଳିକା ଲଜ୍ଜା କାରଣରୁ ହଳଦିଆ ପଡିଗଲେ ଏବଂ ଏହି କାରଣରୁ ଯେତେବେଳେ ତାଙ୍କ କୋଳରୁ ପାଣ୍ଡୁଙ୍କ ଜନ୍ମ ହେଲା, ସେତେବେଳେ ସେ ଜନ୍ମରୁ ହିଁ ଦଣ୍ଡିସି ରୋଗରେ ଗ୍ରସ୍ତ ଥିଲେ ।

ପ୍ରଥମ ପୁଅର ଜନ୍ମ ପରେ ଯେତେବେଳେ ଅମ୍ବିକା ପୁନଃ ଋତୁମତୀ ହେଲେ, ଏକ ସୁସ୍ଥ ପୁତ୍ର ଜନ୍ମ କରିବା ଆଶାରେ ସତ୍ୟବତୀ ପୁନର୍ବାର ଅମ୍ବିକାକୁ ବେଦବ୍ୟାସଙ୍କ ନିକଟକୁ ପଠାଇଲେ । ଏଥର ଅମ୍ବିକା କିନ୍ତୁ ଭୟ ବଶତଃ ନିଜର ଚାକରାଣୀକୁ ନିଜ ଭଳି ସଜାଇ ତାଙ୍କୁ ବେଦବ୍ୟାସଙ୍କ ନିକଟକୁ ପଠାଇଲେ । ତା’ପରେ ବେଦବ୍ୟାସଙ୍କ ସହ ସେହି ଚାକରାଣିଙ୍କ ସମ୍ବୋଗ କାରଣରୁ ବିଦୁର ଜନ୍ମ ହୋଇଥିଲେ, ଯାହାକୁ ଧୃତରାଷ୍ଟ୍ର ଏବଂ ପାଣ୍ଡୁଙ୍କ ଭାଇ କୁହାଯାଉଥିଲା ।

ପାଣ୍ଡୁଙ୍କ ମୃତ୍ୟୁ ପରେ ଅମ୍ବିକା ତାଙ୍କ ଶାଶୁ ସତ୍ୟବତୀ ଏବଂ ଭଉଣୀ ଅମ୍ବାଳିକାଙ୍କୁ ଜଙ୍ଗଲକୁ ନେଇ ବାକି ଦିନଗୁଡ଼ିକୁ ଆଧ୍ୟାତ୍ମିକ ଅବସରରେ ବିତାଇଲେ ।

ଆଧାର ସମ୍ପାଦନା

  1. "The story of Amba | Mahabharata Stories, Summary and Characters from Mahabharata". www.mahabharataonline.com. Retrieved 9 December 2020.
  2. Garrett, John. "A Classical Dictionary of India". www.books.google.co.in (in ଇଂରାଜୀ). Atlantic Publishers & Distri. Retrieved 9 December 2020.
  3. "The Mahabharata, Book 1: Adi Parva: Sambhava Parva: Section CII". www.sacred-texts.com. Retrieved 9 December 2020.