ଅଶୋକ ଚନ୍ଦ୍ର ପଣ୍ଡା

ଓଡ଼ିଆ ରାଜନୀତିଜ୍ଞ

ଅଶୋକ ଚନ୍ଦ୍ର ପଣ୍ଡା (ଜନ୍ମ: ୧୬ ଅପ୍ରେଲ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଶୋକ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଏକାମ୍ର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅଶୋକ ଚନ୍ଦ୍ର ପଣ୍ଡା
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର (ଏକାମ୍ର)
ବ୍ୟକ୍ତିଗତ ସବିଶେଷ
ଜନ୍ମ (1954-04-16) ୧୬ ଅପ୍ରେଲ ୧୯୫୪ (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀପ୍ରିୟଦର୍ଶିନୀ ପଣ୍ଡା
ବାପା/ବୋଉଘନଶ୍ୟାମ ପଣ୍ଡା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଅଶୋକ ଚନ୍ଦ୍ର ପଣ୍ଡା ୧୯୫୪ ମସିହାର ଅପ୍ରେଲ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଘନଶ୍ୟାମ ପଣ୍ଡା ଏବଂ ପତ୍ନୀଙ୍କ ନାମ ପ୍ରିୟଦର୍ଶିନୀ ପଣ୍ଡା ।[୧] ଅଶୋକଙ୍କ ଶିକ୍ଷାଗତ ଯୋଗ୍ୟତା ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ ସମ୍ପାଦନା

ଅଶୋକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଭୁବନେଶ୍ୱର (ଏକାମ୍ର) ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଭୁବନେଶ୍ୱର (ଏକାମ୍ର) ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ଭୁବନେଶ୍ୱର (ଏକାମ୍ର) ବିଜୁ ଜନତା ଦଳ

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Ashok Chandra Panda". odishaassembly.nic.in. Odisha Assembly. Retrieved 23 May 2020.