ଅଶ୍ୱିନୀ କୁମାର ପାତ୍ର
ଅଶ୍ୱିନୀ କୁମାର ପାତ୍ର (ଜନ୍ମ: ୭ ସେପ୍ଟେମ୍ବର ୧୯୫୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି ଏବଂ ପୂର୍ବରୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୨୦୦୪ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଅଶ୍ୱିନୀ କୁମାର ପାତ୍ର | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଦେବୀ ପ୍ରସନ୍ନ ଚଣ୍ଡ |
ନିର୍ବାଚନ ମଣ୍ଡଳୀ | ଜଳେଶ୍ୱର |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ଜୟନାରାୟଣ ମହାନ୍ତି |
ପର ଅଧିକାରୀ | ଦେବୀ ପ୍ରସନ୍ନ ଚଣ୍ଡ |
ନିର୍ବାଚନ ମଣ୍ଡଳୀ | ଜଳେଶ୍ୱର |
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଯୁଧିଷ୍ଟିର ଜେନା |
ପର ଅଧିକାରୀ | ଜୟନାରାୟଣ ମହାନ୍ତି |
ନିର୍ବାଚନ ମଣ୍ଡଳୀ | ଜଳେଶ୍ୱର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ସେପ୍ଟେମ୍ବର ୧୯୫୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ, ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ରବିତା ପାତ୍ର |
ସନ୍ତାନ | ୩ ଝିଅ |
ବାପା/ବୋଉ | ସଚ୍ଚିନ୍ଦ୍ରନାଥ ପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାଅଶ୍ୱିନୀ କୁମାର ପାତ୍ର ୧୯୫୦ ମସିହାର ସେପ୍ଟେମ୍ବର ମାସ ୭ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଚ୍ଚିନ୍ଦ୍ରନାଥ ପାତ୍ର । ଅଶ୍ୱିନୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକତ୍ତୋର ଏବଂ ପରେ ସେ ଓକିଲାତି ପଢ଼ିବା ସହ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ତାଙ୍କ ପତ୍ନୀଙ୍କ ନାମ ରବିତା ପାତ୍ର ।
ରାଜନୈତିକ ଜୀବନ
ସମ୍ପାଦନାଅଶ୍ୱିନୀ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ଦଳ ଓ ପରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଜଳେଶ୍ୱର ପଞ୍ଚାୟତ ସମିତିର ଜଣେ ଅଧକ୍ଷ ଭାବରେ କାର୍ଯ୍ୟ କରିଥିଲେ ଏବଂ ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅଶ୍ୱିନୀ ଜନତା ଦଳର ପ୍ରାର୍ଥୀ ଭାବରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଏହାପରେ ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୨୦୧୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅଶ୍ୱିନୀ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ପୁଣିଥରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ଜଳେଶ୍ୱର | ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଜଳେଶ୍ୱର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଜଳେଶ୍ୱର | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଜଳେଶ୍ୱର | ବିଜୁ ଜନତା ଦଳ |
ଆଧାର
ସମ୍ପାଦନା- ↑ "Shri Aswini Kumar Patra". odishaassembly.nic.in. Odisha Assembly. Retrieved 14 June 2019.