ଆଇଜିଏ ନେଫ୍ରୋପାଥି

ଏହା ଏକ ବୃକ୍‌କର ରୋଗ ଯେଉଁଥିରେ ଯେତେବେଳେ ଆଇଜିଏ ଗଠନ ହେବା ଫଳରେ ପ୍ରଦାହ ହୁଏ ।

ଆଇଜିଏ ନେଫ୍ରୋପାଥି (ବା ଆଇଜିଏଏନ/ IgAN ), ଯାହା ବର୍ଗର ରୋଗ ଭାବରେ ମଧ୍ୟ ଜଣାଶୁଣା, ଏକ ବୃକ୍‌କର ରୋଗ ଯେଉଁଥିରେ ଯେତେବେଳେ ଆଇଜିଏ ଗଠନ ହେବା ଫଳରେ ପ୍ରଦାହ ହୁଏ ।[୧] ପ୍ରାରମ୍ଭରେ ସାଧାରଣତ କୌଣସି ଲକ୍ଷଣ ଦେଖାଯାଏ ନାହିଁ ।[୧] ଏହି ରୋଗ ଆଗେଇ ଗଲେ ଫେଣ‌ଯୁକ୍ତ ରକ୍ତ ମିଶ୍ରିତ ପରିସ୍ରା ହୋଇପାରେ ।[୧] ଅନ୍ୟ ଲକ୍ଷଣଗୁଡ଼ିକରେ ଗୋଡ଼ର ଇଡିମା ହୋଇପାରେ ।[୧] ରୋଗ ଜଟିଳ ହେଲେ ଉଚ୍ଚ ରକ୍ତଚାପ, ବୃକ୍‌କ ବିଫଳତା, ହୃଦ ରୋଗ ଏବଂ ହେନୋକ-ସୁନଲାଇନ ପୁରପୁରା ହୋଇପାରେ ।[୧]

IgA nephropathy
IgA nephritis, Berger's disease, synpharyngitic glomerulonephritis
ଉଚ୍ଚାରଣ
ବିଭାଗNephrology
ଲକ୍ଷଣNone, blood in the urine, foamy urine, swelling of the legs[୧]
ଆକ୍ରାନ୍ତ ସମୟLate childhood to late 30s[୧]
ଅବଧିLong term[୨]
କାରଣAutoimmune disease[୨]
ବିପଦ କାରକFamily history, HIV/AIDS, and hepatitis[୧][୨]
ରୋଗ ନିର୍ଣ୍ଣୟ ପଦ୍ଧତିSuspected based on blood and urine tests, confirmed by a kidney biopsy[୧]
ସଠିକ ରୋଗ ନିର୍ଣ୍ଣୟLupus nephritis, nephrotic syndrome, membranoproliferative glomerulonephritis, Henoch-Schönlein purpura[୨]
ପ୍ରତିକାରNone[୨]
ଚିକିତ୍ସାImmunosuppressants, blood pressure medication, kidney transplant[୨]
PrognosisOften good[୨]
ପୁନଃପୌନିକRelatively common[୧]

ରୋଗ ପାରିବାରିକ ଇତିହାସ ଥିଲେ, ଏଚ୍.ଆଇ.ଭି/ଏଡସ୍ ଏବଂ ହେପାଟାଇଟିସ୍ ଥିଲେ ଏହି ରୋଗ ସଙ୍କଟ ରହେ ।[୧] [୨] ଏହାର ଅନ୍ତର୍ନିହିତ ପ୍ରଣାଳୀ ହେଉଛି ଏକ ଅଟୋମ୍ୟୁମ୍ୟୁନ ରୋଗ ଯେଉଁଥିରେ ଆଣ୍ଟିବଡି ସହିତ ଆଇଜିଏ ଅନୁବନ୍ଧିତ ହୋଇ ଇମ୍ୟୁନ କମ୍ପ୍ଲେକ୍ସ ତିଆରି କରିଥାଏ ।[୧] ଏହି କମ୍ପ୍ଲେକ୍ସଗୁଡ଼ିକ ଗଠନ ହୋଇଗଲେ ବୃକ୍‌କରେ ପ୍ରଦାହ ହୁଏ ।[୧] ଏକ ସଂକ୍ରାମକ ରୋଗଦ୍ୱାରା ଏହି ପ୍ରକ୍ରିୟା ଆରମ୍ଭ ହୋଇପାରେ ।[୨] ରକ୍ତ ଏବଂ ପରିସ୍ରା ପରୀକ୍ଷା ଉପରେ ଆଧାର କରି ରୋଗ ରୋଗ ନିର୍ଣ୍ଣୟ କରାଯାଏ ଏବଂ ବୃକ୍‌କ ବାୟୋପସିଦ୍ୱାରା ରୋଗ ନିଶ୍ଚିତ କରାଯାଏ ।[୧]

ଏହି ରୋଗ ଆରୋଗ୍ୟସାଧ୍ୟ ନଥିବା ବେଳେ ଚିକିତ୍ସାରେ ପ୍ରତିରକ୍ଷା ପ୍ରଣାଳୀକୁ ଦମନ କରିବା ପାଇଁ କର୍ଟିକୋଷ୍ଟିରଏଡ କିମ୍ବା ସାଇକ୍ଲୋଫୋସଫାମାଇଡ ଭଳି ଔଷଧ ଦିଆଯାଇଥାଏ ।[୧] ଅନ୍ୟାନ୍ୟ ପଦକ୍ଷେପଗୁଡ଼ିକରେ ରକ୍ତଚାପ ନିୟନ୍ତ୍ରଣ ନିୟନ୍ତ୍ରଣ ନିମନ୍ତେ ଏସିଇ ଇନହିବିଟର ଏବଂ ଦେହରୁ ଅତିରିକ୍ତ ତରଳ ପଦାର୍ଥ ବାହାର କରିବା ପାଇଁ ଡାଇୟୁରେଟିକ୍ ବ୍ୟବହାର କରାଯାଇପାରେ ।[୧] ବୃକ୍‌କ ଫେଲ ଥିବା ଲୋକଙ୍କ ପାଇଁ ବୃକ୍‌କ ପ୍ରତିରୋପଣ ଏକ ବିକଳ୍ପ ହୋଇପାରେ ।[୨] ଫଳାଫଳ ପ୍ରାୟ ଭଲ ହୋଇଥାଏ ।[୨]

ଆଇଏ ନେଫ୍ରୋପାଥି ହେଉଛି କିଡନୀ ରୋଗମାନଙ୍କ ମଧ୍ୟରୁ ଅନ୍ୟତମ ।[୧] ଏହାର ଆରମ୍ଭ ସାଧାରଣତଃ ପିଲାଦିନରୁ ୩୦ ଦଶକ ପର୍ଯ୍ୟନ୍ତ ହୋଇଥାଏ ।[୧] ନାରୀମାନଙ୍କ ଅପେକ୍ଷା ପୁରୁଷମାନେ ଅଧିକ ପ୍ରଭାବିତ ହୁଅନ୍ତି ।[୧] ଏସିଆ ଲୋକ ଏବଂ ଧଳା ଲୋକମାନେ ଅଧିକ ପ୍ରଭାବିତ ହୁଅନ୍ତି ।[୧] ଏହି ଅବସ୍ଥା ପ୍ରଥମେ ୧୯୬୮ ମସିହାରେ ଜଣେ ଫେନ୍ସ ପାଥୋଲୋଜିଷ୍ଟ ଜିନ ବର୍ଗଙ୍କଦ୍ୱାରା ସ୍ପଷ୍ଟ ଭାବରେ ବର୍ଣ୍ଣନା କରାଯାଇଥିଲା ।[୨] [୩]

ଆଧାର ସମ୍ପାଦନା

  1. ୧.୦୦ ୧.୦୧ ୧.୦୨ ୧.୦୩ ୧.୦୪ ୧.୦୫ ୧.୦୬ ୧.୦୭ ୧.୦୮ ୧.୦୯ ୧.୧୦ ୧.୧୧ ୧.୧୨ ୧.୧୩ ୧.୧୪ ୧.୧୫ ୧.୧୬ ୧.୧୭ ୧.୧୮ ୧.୧୯ "IgA Nephropathy | NIDDK". National Institute of Diabetes and Digestive and Kidney Diseases. Archived from the original on 22 January 2021. Retrieved 23 January 2021.
  2. ୨.୦୦ ୨.୦୧ ୨.୦୨ ୨.୦୩ ୨.୦୪ ୨.୦୫ ୨.୦୬ ୨.୦୭ ୨.୦୮ ୨.୦୯ ୨.୧୦ ୨.୧୧ Rawla, P; Limaiem, F (January 2020). "IgA Nephropathy". PMID 30855802. {{cite journal}}: Cite journal requires |journal= (help)
  3. Howie, Alec J. (2007). Handbook of Renal Biopsy Pathology (in ଇଂରାଜୀ). Springer Science & Business Media. p. 236. ISBN 978-0-387-74605-0. Archived from the original on 2021-08-28. Retrieved 2021-01-23.