ଉଇକିପିଡ଼ିଆ:ଭିଡିଓୱିକି/ଭାରତର ଜାତୀୟ ପତାକା

ଭିଡିଓୱିକି/ଭାରତର ଜାତୀୟ ପତାକା (Tutorial)
ଫାଇଲ:ଉଇକିପିଡ଼ିଆ-ଭିଡିଓୱିକି-ଭାରତର ଜାତୀୟ ପତାକା.webm
Link to Commons
Steps for video creation
Step 1Preview my changes (10 sec)
Step 2Upload to Commons (10 min)

ପୂର୍ବାନୁ‌ଭାସ ସମ୍ପାଦନା

ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

 

ପୂର୍ବ ଇତିହାସ ସମ୍ପାଦନା

ଭାରତୀୟ ସ୍ୱାଧୀନତା କ୍ରାନ୍ତି ସମୟ ମଧ୍ୟରେ ଭାରତୀୟ ପତାକାର ନକ୍ସା ବହୁତ ପରିବର୍ତ୍ତନ ଦେଇ ଗତି କରିଥିଲା। ୧୮୫୭ ମସିହା ବିଦ୍ରୋହ ସମୟରେ ପ୍ରଥମେ ଜଣେ ଇଂରେଜ ଶାସକଙ୍କଦ୍ୱାରା ଭାରତର ଏକକୀୟ ପତାକା ନିର୍ମାଣର ପ୍ରସ୍ତାବ ଆସିଥିଲା। । ଦ୍ୱିତୀୟ ଜାତୀୟ ପତାକା ଜର୍ମାନୀର ଷ୍ଟୁଟଗାର୍ଟ ସହରରେ ୧୯୦୭ ମସିହା ଅଗଷ୍ଟ ୨୨ରେ ଉତ୍ତୋଳନ କରାଯାଇଥିଲା । ଏହାକୁ ସେତେବେଳେ ସପ୍ତର୍ଷି ପତାକା କୁହାଯାଉଥିଲା ।

 

ଇତିହାସ ସମ୍ପାଦନା

୧୯୧୭ରେ ୩ୟ ଥର ପାଇଁ ପତାକାର ପରିବର୍ତ୍ତନ ହୋଇଥିଲା । ୧୯୨୧ ମସିହାରେ ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ ଜାତୀୟ କଂଗ୍ରେସ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ପିଙ୍ଗଳି ଭେଙ୍କୟା ନାମକ ଆନ୍ଧ୍ର ପ୍ରଦେଶର ଜଣେ ଯୁବକ ଭାରତୀୟ ଜାତୀୟ ପତାକାର ଏକ ଡିଜାଇନ ପ୍ରସ୍ତୁତ କରି ମହାତ୍ମା ଗାନ୍ଧୀଙ୍କୁ ପ୍ରଦାନ କରିଥିଲେ ।

 

ସ୍ୱାଧିନ ଭାରତର ଷ୍ଟାମ୍ପ ସମ୍ପାଦନା

୧୯୪୭ ମସିହା ନଭେମ୍ବର ୨୧ ତାରିଖରେ ଲୋକାର୍ପିତ ସ୍ୱାଧୀନ ଭାରତର ପ୍ରଥମ ଷ୍ଟାମ୍ପରୂପେ ଭାରତୀୟ ଜାତୀୟ ପତାକା ।

 

ଜାତୀୟ ପାତାକାର ରଙ୍ଗର ପୁର୍ବାନୁଭାସ ସମ୍ପାଦନା

୧୯୩୧ରେ କେଶରୀ, ଧଳା ଓ ସବୁଜ ରଙ୍ଗରେ ଜାତୀୟ ପତାକା ତିଆରି କରାଯାଇଥିଲା । ପତାକାର ମଝିରେ ଅରଟ ଚିହ୍ନ ଥିଲା । ତେବେ ଏହି ପତାକାର ପରିବର୍ତ୍ତନ କରାଯାଇଥିଲା ।

 
200pxl

ଜାତୀୟ ପାତାକାର ରଙ୍ଗ ସମ୍ପାଦନା

ଏହି ପତାକାର ଉପରେ ନାରଙ୍ଗୀ, ମଝିରେ ଧଳା ଓ ତଳେ ସବୁଜ ରହିଛି । ମଝିରେ ଥିବା ଧଳା ରଙ୍ଗ ଉପରେ ୨୪ ଅଖ ଥିବା ଅଶୋକ ଚକ୍ର ମଧ୍ୟ ରହିଛି । ପତାକାର ଉପରେ ଥିବା କେଶରୀ ରଙ୍ଗ ଦେଶବାସୀଙ୍କ ସାହସ ଓ ବୀରତ୍ୱକୁ ସୂଚାଇ ଥାଏ । ସେହିରି ମଝିରେ ଥିବା ଧଳା ରଙ୍ଗ ସତ୍ୟ ଓ ଶାନ୍ତିର ପ୍ରତୀକ ଏବଂ ନିମ୍ନରେ ଥିବା ଘନ ସବୁଜ ରଙ୍ଗ ଭ୍ରାତୃତ୍ୱର ପ୍ରତୀକ ବହନ କରେ ।

 
200pxl

ଜାତୀୟ ପତାକାର ଆକାର ସମ୍ପାଦନା

ଭାରତର ଜାତୀୟ ପତାକାର ଆକାର ହେଉଛି ଲମ୍ବ ୬୩୦୦(ମିମି) ଓ ଚଉଡା୪୨୦୦(ମିମି)

 
pix200

ଜାତୀୟ ପତାକା ମଝିରେ ଥିବା ଅଶୋକ ଚକ୍ରର ତାତ୍ପର୍ଯ୍ୟ ସମ୍ପାଦନା

ଏହାର ମଝିରେ ଥିବା ଅଶୋକ ଚକ୍ର ଦେଶର ପ୍ରଗତିକୁ ସୂଚାଇ ଥାଏ । ପତାକାର ମଝିରେ ଶୋଭା ପାଉଥିବା ଅଶୋକ ଚକ୍ର ବା ଧର୍ମ ଚକ୍ର ଦେଶ ପ୍ରଗତିର ପ୍ରତୀକ । ମୌର୍ଯ୍ୟ ସମ୍ରାଟ ଅଶୋକ ସାରନାଥଠାରେ ଏକ ସିଂହ ସହ ଏହି ଚକ୍ରର ନିର୍ମାଣ କରିଥିଲେ ।

 
pix200

ଜାତୀୟ ପତାକା ଉଡ଼ାଇବା ବିଧି ସମ୍ପାଦନା

୨୬ ଜାନୁୟାରୀ ୨୦୦୨ରେ ଜାତୀୟ ପତାକା କୋଡରେ ସଂଶୋଧନ କରାଯାଇଥିଲା । ଜଣେ ନାଗରିକ ବା ଯେକୌଣସି ସରକାରୀ ଓ ବେସରକାରୀ ଅନୁଷ୍ଠାନ ଜାତୀୟ ପତାକା ଉଡ଼ାଇବାକୁ ଚାହୁଁଥିଲେ ନିମ୍ନୋକ୍ତ ନିୟମ ଅନୁକରଣ କରିବା ଉଚିତ୍‍:

 
pix200

ଜାତୀୟ ପତାକା ଉଡ଼ାଇବାର ପ୍ରଥମ ବିଧି ସମ୍ପାଦନା

  • ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଯେକୌଣସି ଦିନ ପତାକା ଉତ୍ତୋଳନ କରିପାରିବେ । ପତାକାର ଗରିମା ଯେପରି କ୍ଷୁଣ୍ଣ ନହୁଏ ସେଥିପ୍ରତି ଧ୍ୟାନ ଦେବା ଆବଶ୍ୟକ ।
 

ଜାତୀୟ ପତାକା ଉଡ଼ାଇବାର ଦ୍ୱିତୀୟ ବିଧି ସମ୍ପାଦନା

  • ପତାକାକୁ ଭୂମିରେ ଛୁଆଁଇବା କିମ୍ବା ପାଣିରେ ବୁଡ଼ାଇବା ବେଆଇନ । କୌଣସି ଗାଡି, ଟ୍ରେନ, ପାଣି ଜାହାଜ ଓ ଉଡ଼ାଜାହାଜରେ ଜାତୀୟ ପତାକା ଲଗାଇବା ଉଚିତ୍‍ ନୁହେଁ । ପତାକାଠାରୁ ଉଚ୍ଚରେ ଅନ୍ୟ କୌଣସି ଜିନିଷ ରଖିବା ବେଆଇନ ।
 

ଜାତୀୟ ପତାକା ନିର୍ମାଣ ବିଧି ସମ୍ପାଦନା

  • ଖଦି କିମ୍ବା ହସ୍ତତନ୍ତରେ ଜାତୀୟ ପତାକା ତିଆରି ହେବା ଆବଶ୍ୟକ । ଅନ୍ୟ କୌଣସି ସାମଗ୍ରୀରେ ପତାକା ପ୍ରସ୍ତୁତ କରିବା ବେଆଇନ । ଏଥିପାଇଁ ଜୋରିମାନା ସହ ୩ ବର୍ଷ ଜେଲ ହୋଇପାରେ ।
 
  • "National Flag". National Portal of India. Government of India. Archived from the original on 26 January 2010. Retrieved 8 February 2010.
  • "History of Indian Tricolour". National Portal of India. Government of India. Archived from the original on 9 August 2010. Retrieved 2010-08-15.
  • "Flag Code of India" (PDF). Ministry of Home Affairs (India). Archived from the original (PDF) on 19 ଅକ୍ଟୋବର 2017. Retrieved 26 ଜୁଲାଇ 2016. {{cite web}}: Unknown parameter |deadurl= ignored (|url-status= suggested) (help)