ଉଇକିପିଡ଼ିଆ:ମାସର ବଛା ଲେଖା/ଅଗଷ୍ଟ ୨୦୧୬

ରଘୁନାଥ ପାଣିଗ୍ରାହୀ ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ, ତାଙ୍କର ସୁମଧୁର ଗାୟନ ତାଙ୍କୁ ସୁରମଣି ବୋଲି ପରିଚିତ କରିଥିଲା । ରଘୁନାଥ ପାଣିଗ୍ରାହୀ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ୫ବର୍ଷ ବୟସରେ ନିଜ ବାପା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିବା ରଘୁନାଥ ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ ।

୧୯୪୮ ମସିହାରେ ରଘୁନାଥ ପାଣିଗ୍ରାହୀ ଆକାଶବାଣୀ କଟକ କେନ୍ଦ୍ରରେ ଜଣେ ନିୟମିତ କଳାକାର ଭାବେ ଯୋଗ ଦେଇଥିଲେ । ୧୯୬୦ ମସିହାରେ ସେ ୨୬ବର୍ଷ ବୟସରେ ଓଡ଼ିଶୀ ନୃତ୍ୟଶିଳ୍ପୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ସଂଯୁକ୍ତାଙ୍କ ନୃତ୍ୟରେ ୧୯୭୦ମସିହାରୁ ଦୁଇଦଶନ୍ଧି ବ୍ୟାପି ସେ ସଙ୍ଗୀତକାର ଭାବେ ନିଜକୁ ନିୟୋଜିତ କରିଥିଲେ ।

୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଯୁବ ଓଡ଼ିଶୀ ନୃତ୍ୟ ଶିଳ୍ପୀଙ୍କୁ ପ୍ରୋତ୍ସାହନମୂଳକ ମେଧାବୃତ୍ତି ପ୍ରଦାନ ଓ ଓଡ଼ିଶୀର ପ୍ରଚାର ଓ ପ୍ରସାର ନିମନ୍ତେ 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' ନାମରେ ଏକ ଟ୍ରଷ୍ଟ ଗଢ଼ିଥିଲେ...


ପୁରା ପଢ଼ନ୍ତୁ...