ଉଇକିପିଡ଼ିଆ:ମାସର ବଛା ଲେଖା/ଜାନୁଆରୀ ୨୦୨୦

ଅଜନ୍ତା ଗୁମ୍ଫା

ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ । ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ଵିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ. ୪୬୦-୪୮୦ ମଧ୍ୟରେ ହୋଇଥିଲା ।


ପୁରା ପଢନ୍ତୁ...