ଉଇକିପିଡ଼ିଆ:ମାସର ବଛା ଲେଖା/ଜୁଲାଇ ୨୦୧୯

ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ । [ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।


ପୁରା ପଢନ୍ତୁ...