ଉଇକିପିଡ଼ିଆ:ମାସର ବଛା ଲେଖା/ନଭେମ୍ବର ୨୦୧୭

ବଳିଆ_କୁକୁର

ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର[୨], ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର[୩] ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ[୪], କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।

ପୁରା ପଢନ୍ତୁ...