ଉଇକିପିଡ଼ିଆ:ମାସର ବଛା ଲେଖା/ନଭେମ୍ବର ୨୦୧୯

ହିମାଳୟ

ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ ।

ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍‍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।

ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି ।


ପୁରା ପଢନ୍ତୁ...