ଉଇକିପିଡ଼ିଆ:ମାସର ବଛା ଲେଖା/ଫେବୃଆରୀ ୨୦୨୧

ଆର୍ଯ୍ୟଭଟ୍ଟଙ୍କ ପ୍ରତିମୁର୍ତ୍ତୀ

ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।

ଯଦିଓ ତାଙ୍କ ନାମ ଅନେକ ସ୍ଥଳେ ଭୁଲବଶତଃ ଆର୍ଯ୍ୟଭଟ୍ଟ ଲେଖାଯାଏ, କିନ୍ତୁ ସମସ୍ତ ଖଗୋଳବିଜ୍ଞାନ ସାହିତ୍ୟରେ ସେ ଆର୍ଯ୍ୟଭଟ ବୋଲି ସମ୍ବୋଧିତ । [୬] ଆର୍ଯ୍ୟଭଟୀୟରେ ଆର୍ଯ୍ୟଭଟ କଳିଯୁଗର ଅବଧି ୩୬୩୦ ବର୍ଷ ବୋଲି କହିଛନ୍ତି, ସେତେବେଳେ ସେ ୨୩ ବର୍ଷର ହୋଇଥିଲେ । ଏହା ଖ୍ରୀଷ୍ଟାବ୍ଦ ୪୯୯ର କଥା, ଅର୍ଥାତ୍ ସେ ୪୭୬ରେ ଜନ୍ମଗ୍ରହଣ କରିଥିଲେ । ଆର୍ଯ୍ୟଭଟ ବିହାରର ପାଟନା (ତତ୍କାଳୀନ ପାଟଳୀପୁତ୍ର) ଠାରୁ ୩୦ କିମି (୧୯ ମାଇଲ) ଦୂର ତାରେଗ୍ନାରେ ଜନ୍ମଗ୍ରହଣ କରିଥିଲେ । ସେଠାରେ ତାଙ୍କର ଜନ୍ମର ପ୍ରମାଣ ମିଳେ । ଆର୍ଯ୍ୟଭଟ ୬ଷ୍ଠ ଶତାବ୍ଦୀରେ ତାରେଗ୍ନାରେ ଏକ ମାନମନ୍ଦିର(ଖଗୋଳବିଜ୍ଞାନପର୍ଯ୍ୟବେକ୍ଷଣ କେନ୍ଦ୍ର) ପ୍ରତିଷ୍ଠା କରିଥିଲେ ।


ପୁରା ପଢନ୍ତୁ...