୪୦ ସପ୍ତାହରେ ଭୃଣ

ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍‌ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ‌.ପି. ବା ଶେଷ ଋତୁସ୍ରାବଠାରୁ ଶିଶୁ ଜନ୍ମ ପର୍ଯ୍ୟନ୍ତ ୪୦ ସପ୍ତାହ ଧରି ଏହି ସମୟ ବା ଗର୍ଭାବସ୍ଥା ରହେ । ଚାନ୍ଦ୍ର ମାସ ଅନୁସାରେ ଏହି ସମୟ ୯ ମାସରୁ ଅଧିକ ହୁଏ ଯେହେତୁ ଏହି ମାସର ଅବଧି ୨୯ ୧/୨ ଦିନ ଥାଏ । ଗର୍ଭାଧାନ (fertilisation) ସମୟରୁ ହିସାବ କଲେ ଏହା ୩୮ ସପ୍ତାହ ହୁଏ । ଗର୍ଭାଧାନରୁ ପ୍ରଥମ ୮ ସପ୍ତାହ ପର୍ଯ୍ୟନ୍ତ ଗର୍ଭସ୍ଥ ଶିଶୁକୁ ଭୃଣ (embryo) କୁହାଯାଏ ଓ ତା ପରେ ଜନ୍ମ ପର୍ଯ୍ୟନ୍ତ ଫିଟସ (fetus) କୁହାଯାଏ ।ଗର୍ଭାବସ୍ଥାର ପ୍ରଥମ ସମୟରେ ଋତୁସ୍ରାବ ବନ୍ଦ ହୋଇଯାଏ, ସ୍ତନ ଦରଜ ହୁଏ, ପ୍ରାତଃ ବେମାରୀ ବା ମର୍ନିଙ୍ଗ ସିକନେସ (nausea and vomiting) ହୁଏ, ଭୋକ ବେଶି ହୁଏ ଓ ବାରମ୍ବାର ପରିସ୍ରା ହୁଏ ।ପ୍ରେଗନାନସି ଟେସ୍ଟ (pregnancy test) ବା ପରୀକ୍ଷା କରି ଗର୍ଭାଧାନ ହୋଇଛି କି ନାହିଁ ଜଣାଯାଏ ।


ପୁରା ପଢନ୍ତୁ...