ଜାନୁଆରୀ ୨୦୧୯

ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।

ପୁରା ପଢନ୍ତୁ...


ଫେବୃଆରୀ ୨୦୧୯

ଜଗନ୍ନାଥ ଦାସ (୧୪୯୦-୧୫୫୦) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।


ପୁରା ପଢନ୍ତୁ...


ମାର୍ଚ୍ଚ ୨୦୧୯
The featured article for this month has not yet been chosen.
You can make new requests or comment on current requests at ଉଇକିପିଡ଼ିଆ:ମାସର ବଛା ଲେଖା/ଅନୁରୋଧ. See ଉଇକିପିଡ଼ିଆ:ମାସର ବଛା ଲେଖା for full guidelines.

ଅପ୍ରେଲ ୨୦୧୯

ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।

ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।


ପୁରା ପଢନ୍ତୁ...


ମଇ ୨୦୧୯

ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯

ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।

ପୁରା ପଢନ୍ତୁ...


ଜୁନ ୨୦୧୯

ସ୍ୱାମୀ ବିବେକାନନ୍ଦ

ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା ।

ପୁରା ପଢନ୍ତୁ...


ଜୁଲାଇ ୨୦୧୯

ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ । [ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।


ପୁରା ପଢନ୍ତୁ...


ଅଗଷ୍ଟ ୨୦୧୯

ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ । ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇ‍ଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।


ପୁରା ପଢନ୍ତୁ...


ସେପ୍ଟେମ୍ବର ୨୦୧୯

ଅର୍ଥଶାସ୍ତ୍ର

ସଂସ୍କୃତ ଭାଷାରେ ଲିଖିତ ଅର୍ଥଶାସ୍ତ୍ର ପ୍ରାଚୀନ ଭାରତର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏଥିରେ ରାଜ୍ୟ ପରିଚାଳନା, ରାଜନୀତି, ସମରନୀତି ପରି ଅନେକ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ବର୍ଣ୍ଣିତ ହୋଇଛି । କୌଟିଲ୍ୟ ଏହି ଶାସ୍ତ୍ରର ରଚୟିତା । କୌଟିଲ୍ୟ ବିଷ୍ଣୁଗୁପ୍ତ ଓ ଚାଣକ୍ୟ ନାମରେ ମଧ୍ୟ ପ୍ରସିଦ୍ଧ । କେତେକ ମତାନୁସାରେ ଅନେକ ଶତାବ୍ଦୀ ଧରି ବିଭିନ୍ନ ଶ୍ଳୋକର ସମାହାରରେ ଏହି ଶାସ୍ତ୍ରର ରଚନା ହୋଇଛି ଏବଂ ଏହାର ମୁଖ୍ୟ ଶ୍ରେୟ ଚାଣକ୍ୟଙ୍କୁ ଦିଆଯାଇଛି । ତକ୍ଷଶିଳାର ମହାଜ୍ଞାନୀ ଚାଣକ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କ ଗୁରୁ ଓ ଉପଦେଷ୍ଟା ଥିଲେ । କିନ୍ତୁ କେତେକ ଐତିହାସିକ ଏହି ତଥ୍ୟକୁ ଗ୍ରହଣ କରି ନାହାନ୍ତି। ଅର୍ଥଶାସ୍ତ୍ର ରଚନା ଖ୍ରୀଷ୍ଟପୂର୍ବ ଦ୍ୱିତୀୟରୁ ତୃତୀୟ ଶତାବ୍ଦୀ ମଧ୍ୟରେ ହୋଇଥିଲା ଓ ଖ୍ରୀଷ୍ଟାବ୍ଦ ଦ୍ୱାଦଶ ଶତାବ୍ଦୀ ପର୍ଯ୍ୟନ୍ତ ଏହା ବହୁଳ ଭାବେ ଆଦୃତ ଥିଲା । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ଶତାବ୍ଦୀ ପରେ ଏହାର ପ୍ରଭାବ ହ୍ରାସ ପାଇବାକୁ ଲାଗିଲା । ୧୯୦୫ ମସିହାରେ ମହୀଶୂରର ସଂସ୍କୃତ ବିଷାରଦ ରୁଦ୍ରପଟ୍ଟଣ ଶାମାଶାସ୍ତ୍ରୀ ଏହି ଗ୍ରନ୍ଥର ପୁନରାବିଷ୍କାର କରି ୧୯୦୯ ମସିହାରେ ଏହାର ମୁଦ୍ରଣ କରାଇଥିଲେ ।


ପୁରା ପଢନ୍ତୁ...


ଅକ୍ଟୋବର ୨୦୧୯

୨୦୧୨ ମସିହାର ମାଲେସିଆ ଗ୍ରଁ-ପ୍ରିରେ ମୋଟର ଦୌଡ଼ ଆରମ୍ଭ ବେଳର ଚିତ୍ର

ଫର୍ମୁଲା ୱାନ୍ ବା ଫର୍ମୁଲା-୧ (ଇଂରାଜୀରେ Formula One ବା Formula 1 ବା F1,ଇଂରାଜୀ ଉଚ୍ଚାରଣ ଫୋର୍ମ୍ୟୁଲା ୱନ୍) ବିଶ୍ୱର ସର୍ବୋତ୍କୃଷ୍ଟ ଓ ବ୍ୟୟବହୁଳ ମୋଟର ଦୌଡ଼ ପ୍ରତିଯୋଗିତା । ଦୌଡ଼ରେ ଭାଗ ନେଉଥିବା ଏହି ଖୋଲା ଚାରି-ଚକିଆ ମୋଟର ଗାଡ଼ିଗୁଡ଼ିକରେ ଜଣେ ଚାଳକ ବସିପାରୁଥିବା ଭଳି ବ୍ୟବସ୍ଥା ଥାଏ ଓ ଏମାନେ ଅତି ଦ୍ରୁତ ବେଗରେ ଗତି କରନ୍ତି । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘ (Fédération Internationale de l'Automobile – FIA) ଏହି ଦୌଡ଼ ପ୍ରତିଯୋଗିତାର ନିୟମ ପ୍ରଣୟନ, ସଞ୍ଚାଳନ ଓ ନିୟନ୍ତ୍ରଣ କରିଥାଏ । ୧୯୫୦ ମସିହାରେ ପ୍ରଥମେ ଏହି ମୋଟର ଦୌଡ଼ ଆୟୋଜିତ ହୋଇଥିଲା ଏବଂ ତାହା ପରଠାରୁ ଏହି ପ୍ରତିଯୋଗିତାକୁ ଉଚ୍ଚତମ ମାନର ମୋଟର ଦୌଡ଼ ପ୍ରତିଯୋଗିତା ଭାବେ ବିବେଚନା କରାଯାଇଥାଏ । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘଦ୍ୱାରା ପ୍ରଣିତ ନିୟମାବଳୀକୁ ଫର୍ମୁଲା (ଯାହା ସବୁ ନିର୍ମାତା ଓ ଚାଳକ ମାନିବାକୁ ବାଧ୍ୟ) ଏବଂ ମାନରେ ଉତ୍କୃଷ୍ଟତା ପାଇଁ କ୍ରମାଙ୍କ ୧କୁ ମିଶାଇ ଏହି ମୋଟର ଦୌଡ଼କୁ ଫର୍ମୁଲା-୧ ବୋଲି କୁହାଯାଇଥାଏ । ପ୍ରତିବର୍ଷ ହେଉଥିବା ମୋଟର ଦୌଡ଼ ପ୍ରତିଯୋଗିତାକୁ “ଫର୍ମୁଲା-୧ କ୍ରୀଡ଼ାବର୍ଷ” ବା “ଫର୍ମୁଲା-୧ ସିଜନ୍” ବୋଲି କୁହାଯାଏ । ଗୋଟିଏ କ୍ରୀଡ଼ାବର୍ଷରେ ଅନେକ ଦେଶରେ ଗୋଟିଏ ଲେଖାଏଁ ମୋଟର ଦୌଡ଼ ଅନୁଷ୍ଠିତ ହୁଏ ଯାହାକୁ ଗ୍ରାଁ-ପ୍ରି (ଇଂରାଜୀରେ Grands Prix) ବୋଲି କୁହାଯାଏ । ଏହି ଦୌଡ଼ ପାଇଁ ସ୍ୱତନ୍ତ୍ର ଭାବେ ନିର୍ମିତ ଦୌଡ଼ ପରିକ୍ରମଣ ସଡ଼କ (ରେସିଂ ସର୍କିଟ୍) କିମ୍ବା କିଛି ଦେଶରେ ସାଧାରଣ ଯାତାୟତ ପାଇଁ ଉଦ୍ଦୀଷ୍ଟ ସଡ଼କ ବ୍ୟବହୃତ ହୋଇଥାଏ ।

ପୁରା ପଢନ୍ତୁ...


ନଭେମ୍ବର ୨୦୧୯

ହିମାଳୟ

ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ ।

ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍‍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।

ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି ।


ପୁରା ପଢନ୍ତୁ...


ଡିସେମ୍ବର ୨୦୧୯

ବଡ଼ଦିନ ଗଛ

ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍‍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍‍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍‍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା । ।


ପୁରା ପଢନ୍ତୁ...