ଉପେନ୍ଦ୍ର ଜେନା
ଉପେନ୍ଦ୍ର ଜେନା (୧ ଜାନୁଆରୀ ୧୯୨୦ - ୨୬ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଉପେନ୍ଦ୍ର ଜେନା | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଜନାର୍ଦନ ଭଞ୍ଜ ଦେଓ, ଭାଇଗା ସେଠୀ |
ପର ଅଧିକାରୀ | ମକର ସେଠୀ |
ନିର୍ବାଚନ ମଣ୍ଡଳୀ | ଆନନ୍ଦପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୧, ୧୯୨୦ |
ମୃତ୍ୟୁ | ୨୬ ମାର୍ଚ୍ଚ ୧୯୬୩ | (ବୟସ ୪୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ରେବତୀ ଜେନା |
ସନ୍ତାନ | ୪ ପୁଅ, ୧ ଝିଅ |
ବାପା/ବୋଉ | ନଟବର ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପରିବାର ଓ ଶିକ୍ଷା
ସମ୍ପାଦନାଉପେନ୍ଦ୍ର ଜେନା ୧୯୨୦ ମସିହାର ଜାନୁଆରୀ ମାସ ୧ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନଟବର ଜେନା । ତାଙ୍କର ପତ୍ନୀଙ୍କ ନାମ ରେବତୀ ଜେନା । ଉପେନ୍ଦ୍ରଙ୍କର ୪ ପୁଅ ଓ ୧ ଝିଅଙ୍କ ସମେତ ସମୁଦାୟ ସନ୍ତାନସନ୍ତତି ସଂଖ୍ୟା ଥିଲା ୫ ।
ରାଜନୈତିକ ଜୀବନ
ସମ୍ପାଦନାଉପେନ୍ଦ୍ର ଜେନା ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ଉପେନ୍ଦ୍ର ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୧,୯୨୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ଏହି ନିର୍ବାଚନରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ତାଙ୍କ ସହ ବୀରକିଶୋର ଜେନା ଯୁଗ୍ମ ଭାବରେ ନିର୍ବାଚିତ ହୋଇଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସମ୍ପାଦନାଉପେନ୍ଦ୍ର ଜେନା ୧୯୬୩ ମସିହାର ମାର୍ଚ୍ଚ ମାସ ୨୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ "Late Upendra Jena". odishaassembly.nic.in. Odisha Assembly. Retrieved 4 July 2019.
- ↑ ୨.୦ ୨.୧ "Orissa 1957". Election Commission of India (in Indian English). Retrieved 2019-06-27.