କୁଞ୍ଜବିହାରୀ ଦାଶ
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ଲୋକରତ୍ନ କୁଞ୍ଜବିହାରୀ ଦାଶ | |
---|---|
ଜନ୍ମ | ରେଞ୍ଚଶାସନ, ନିମାପଡ଼ା, ପୁରୀ ଜିଲ୍ଲା | ୭ ମାର୍ଚ୍ଚ ୧୯୧୪
ମୃତ୍ୟୁ | ୧୪ ମାର୍ଚ୍ଚ ୧୯୯୪ | (ବୟସ ୮୦)
ଜାତୀୟତା | ଭାରତୀୟ |
ବୃତ୍ତି(ସମୂହ) | ଅଧ୍ୟାପକ, ଲେଖକ[୧] |
ଚାକିରିକ୍ଷେତ୍ର(ସମୂହ) | ରେଭେନ୍ସା ମହାବିଦ୍ୟାଳୟ, ଉତ୍କଳ ବିଶ୍ୱବିଦ୍ୟାଳୟ |
ପ୍ରାରମ୍ଭିକ ଜୀବନୀ ଓ ଶିକ୍ଷା
ସମ୍ପାଦନାକୁଞ୍ଜବିହାରୀ ଦାଶ ୧୯୧୪ ମସିହାରେ ପୁରୀ ଜିଲ୍ଲାର ନିମାପଡ଼ା ନିକଟସ୍ଥ ରେଞ୍ଚ ଶାସନରେ ଜନ୍ମଗ୍ରହଣ କରିଥିଲେ ।[୨] ପରିବାରର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନଥିବାରୁ ଟିଉସନ କରି ସେ ନିଜ ଶିକ୍ଷାଖର୍ଚ୍ଚ ମେଣ୍ଟାଉଥିଲେ ।
ଉଚ୍ଚଶିକ୍ଷା ଓ ବୃତ୍ତିଗତ ଜୀବନ
ସମ୍ପାଦନାସେ କଲିକତା ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଅଧ୍ୟୟନ କରିଥିଲେ । ସେଠାରେ ସେ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କାର ସ୍ୱରୂପ ତିନୋଟି ସ୍ୱର୍ଣ୍ଣ ମୁଦ୍ରା ଓ ଦୁଇ ଶହ ଟଙ୍କା ପାଇଥିଲେ । ଜଣେ ଶିକ୍ଷକ ଭାବରେ ସେ ନିଜ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । ପରେ "ଓଡ଼ିଆ ଲୋକଗୀତ ଓ କାହାଣୀ" ଉପରେ ଗବେଷଣା କରି ସେ ନିଜ ଡକ୍ଟରେଟ ହାସଲ କରିଥିଲେ । ପରବର୍ତ୍ତୀ ସମୟରେ ସେ ରେଭେନ୍ସା ମହାବିଦ୍ୟାଳୟ ଓ ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ।
ସାହିତ୍ୟ ରଚନା
ସମ୍ପାଦନାକିଶୋର ବୟସରୁ ସେ କବିତା ଲେଖିବା ଆରମ୍ଭ କରିଥିଲେ । ଲାବଣ୍ୟ କୁସୁମ ଥିଲା ତାଙ୍କ ଲିଖିତ ପ୍ରଥମ କାବ୍ୟ ।[୩] କ୍ରମେ ସେ ଅନ୍ୟାନ୍ୟ ସାହିତ୍ୟ ବିଭାବ ମଧ୍ୟ ରଚନା କରିଥିଲେ ।
ମୃତ୍ୟୁ
ସମ୍ପାଦନା୧୯୯୪ ମସିହା ମାର୍ଚ୍ଚ ୧୪ ତାରିଖରେ ତାଙ୍କଙ୍କର ଦେହାନ୍ତ ହୋଇଥିଲା ।
ରଚନାବଳୀ
ସମ୍ପାଦନା- ଆମେରିକାରୁ ଇଉରୋପ ଆଫ୍ରିକା
- ମୋ ସ୍ୱପ୍ନର କାଶ୍ମୀର
- ମୋ କାହାଣୀ (ଆତ୍ମଜୀବନୀ)
- କନକଲତାର ଲୁହ
- ମାଟି ଓ ଲାଠି[୪]
ସମ୍ମାନ ଓ ପୁରସ୍କାର
ସମ୍ପାଦନାଆଧାର
ସମ୍ପାଦନା- ↑ Himadri Banerjee (2003). The Other Sikhs: A View from Eastern India. Manohar. ISBN 978-81-7304-495-3.
- ↑ K. M. George (1992). Modern Indian Literature, an Anthology: Surveys and poems. Sahitya Akademi. pp. 316–. ISBN 978-81-7201-324-0.
- ↑ "ଆଜି ଶ୍ରାଦ୍ଧବାର୍ଷିକୀ". ସମ୍ବାଦ ୧୭/୦୩/୨୦୧୭ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୧୭. Retrieved 17 March 2017.[permanent dead link]
- ↑ Amaresh Datta (1988). Encyclopaedia of Indian Literature. Sahitya Akademi. pp. 1592–. ISBN 978-81-260-1194-0.
- ↑ http://odisha.gov.in/e-magazine/orissaannualreference/ORA-2005/pdf/orissa_sahitya_academy.pdf
- ↑ ସମ୍ବାଦ ୧୪/୦୩/୨୦୧୬ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୬ରେ ପ୍ରକାଶିତ "ଲୋକରତ୍ନ କୁଞ୍ଜବିହାରୀ"