କ୍ଷେତ୍ର ମୋହନ ପାଣିଗ୍ରାହୀ
କ୍ଷେତ୍ର ମୋହନ ପାଣିଗ୍ରାହୀ (୧୦ ଅଗଷ୍ଟ ୧୯୨୫ - ୧୩ ଅକ୍ଟୋବର ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କ୍ଷେତ୍ର ମୋହନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କ୍ଷେତ୍ର ମୋହନ ପାଣିଗ୍ରାହୀ | |
---|---|
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୭ | |
ପୂର୍ବ ଅଧିକାରୀ | ଦୁତିଅ ରାଉଳ |
ପର ଅଧିକାରୀ | ସୁରେନ୍ଦ୍ର ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଆଠମଲ୍ଲିକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅଗଷ୍ଟ ୧୦, ୧୯୨୫ |
ମୃତ୍ୟୁ | ୧୩ ଅକ୍ଟୋବର ୨୦୧୩ | (ବୟସ ୮୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ପଦ୍ମିନୀ ପାଣିଗ୍ରାହୀ |
ବାପା/ବୋଉ | ସୋମନାଥ ପାଣିଗ୍ରାହୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାକ୍ଷେତ୍ର ମୋହନ ପାଣିଗ୍ରାହୀ ୧୯୨୫ ମସିହାର ଅଗଷ୍ଟ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୋମନାଥ ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ପଦ୍ମିନୀ ପାଣିଗ୍ରାହୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
ସମ୍ପାଦନାକ୍ଷେତ୍ର ମୋହନ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାକ୍ଷେତ୍ର ମୋହନ ପାଣିଗ୍ରାହୀ ୨୦୧୩ ମସିହାର ଅକ୍ଟୋବର ମାସ ୧୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Khetra Mohan Panigrahi". odishaassembly.nic.in. Odisha Assembly. Retrieved 2 July 2020.