ଗଜାନନ ନାୟକ

ଓଡ଼ିଆ ରାଜନୀତିଜ୍ଞ

ଗଜାନନ ନାୟକ (୧ ଜୁଲାଇ ୧୯୧୮ - ୮ ଅଗଷ୍ଟ ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ହୋଇଥିବା ସ୍ୱାଧୀନତା ପୂର୍ବରୁ ହୋଇଥିବା ୨ୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଳାହାଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଭାରତ ସ୍ୱାଧୀନ ହେବାପରେ ୧୯୭୭ ଓ ୧୦୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଗଜାନନ ମାଝି
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ପୂର୍ବ ଅଧିକାରୀଦୟାନିଧି ନାଏକ
ପର ଅଧିକାରୀଯୁଗରାମ ବେହେରା
ନିର୍ବାଚନ ମଣ୍ଡଳୀଧର୍ମଗଡ଼
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀକଳାହାଣ୍ଡି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1918-07-01)୧ ଜୁଲାଇ ୧୯୧୮
ମୃତ୍ୟୁ୮ ଅଗଷ୍ଟ ୨୦୧୧(2011-08-08) (ବୟସ ୯୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରମାମଣି ନାୟକ
ବାପା/ବୋଉକୁମ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଗଜାନନ ନାୟକ ୧୯୧୮ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୁମ ନାୟକ ଓ ପତ୍ନୀଙ୍କ ନାମ ରମାମଣି ନାୟକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଗଜାନନ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ ଏବଂ ସ୍ୱାଧୀନତା ପରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୪୬ ୧୯୫୨ ସଭ୍ୟ, ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା କଳାହାଣ୍ଡି ସ୍ୱାଧୀନ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଧର୍ମଗଡ଼ ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଧର୍ମଗଡ଼ ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ ସମ୍ପାଦନା

ଗଜାନନ ନାୟକ ୨୦୧୧ ମସିହାର ଅଗଷ୍ଟ ୮ ତାରିଖରେ ୯୩ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Gajanan Nayak". odishaassembly.nic.in. Odisha Assembly. Retrieved 22 May 2021.