ଗୁରୁବରୁ ମାଝି
ଗୁରୁବରୁ ମାଝି (ମୃତ୍ୟୁ: ୨୨ ଡିସେମ୍ବର ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୁରୁବରୁ ମାଝି | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ପରମା ପୂଜାରୀ |
ପର ଅଧିକାରୀ | ପରମା ପୂଜାରୀ |
ନିର୍ବାଚନ ମଣ୍ଡଳୀ | ଉମରକୋଟ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୨ ଡିସେମ୍ବର ୨୦୧୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ରାଇମତି ମାଝି |
ବାପା/ବୋଉ | ଯୁଗଧର ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଗୁରୁବରୁ ମାଝିଙ୍କ ବାପାଙ୍କ ନାମ ଯୁଗଧର ମାଝି ଓ ପତ୍ନୀଙ୍କ ନାମ ରାଇମତି ମାଝି ।[୧]
ରାଜନୈତିକ ଜୀବନ
ସମ୍ପାଦନାଗୁରୁବରୁ ମାଝି ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
୧୯୯୦ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୩,୮୨୬ ଖଣ୍ଡ ଭୋଟ୍ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପରମା ପୂଜାରୀଙ୍କୁ ୧୩,୨୯୪ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
ସମ୍ପାଦନାଗୁରୁବରୁ ମାଝି ୨୦୧୫ ମସିହାର ଡିସେମ୍ବର ୨୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Gurubaru Majhi". odishaassembly.nic.in. Odisha Assembly. Retrieved 26 March 2022.
- ↑ "Orissa 1990". Election Commission of India (in Indian English). Retrieved 2019-06-27.