ଗୋବିନ୍ଦ ଚନ୍ଦ୍ର ଦାସ (ରାଜନୀତିଜ୍ଞ)

ଓଡ଼ିଆ ରାଜନୀତିଜ୍ଞ

ଗୋବିନ୍ଦ ଚନ୍ଦ୍ର ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜନତା ପାର୍ଟିର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ କାର୍ଯ୍ୟ କରିଥିଲେ । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଗୋବିନ୍ଦ ଚନ୍ଦ୍ର ଦାସ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀସୁଦର୍ଶନ ଜେନା
ନିର୍ବାଚନ ମଣ୍ଡଳୀରେମୁଣା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଗୋବିନ୍ଦ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।[୧] ଏହି ନିର୍ବାଚନରେ ସେ ସମୁଦାୟ ୭୦,୯୭୩ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପ୍ରାର୍ଥୀ ସୁଦର୍ଶନ ଜେନାଙ୍କୁ ୧୩,୮୨୯ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Gobinda Chandra Das". odishaassembly.nic.in. Odisha Assembly. Retrieved 7 June 2019.