ଗୌତମବୁଦ୍ଧ ଦାସ

ଓଡ଼ିଆ ରାଜନୀତିଜ୍ଞ

ଗୌତମବୁଦ୍ଧ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଗୌତମବୁଦ୍ଧ ଦାସ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀଅନନ୍ତ ଦାସ
ନିର୍ବାଚନ ମଣ୍ଡଳୀଭୋଗରାଇ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉଦୁର୍ଗା ଶଙ୍କର ଦାସ (ବାପା)
ଭିତିକା ଦାସ (ମାଆ)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ସମ୍ପାଦନା

ସେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ଦୁର୍ଗା ଶଙ୍କର ଦାସ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ଏବଂ ଜଣେ ବିଧାୟକ ଭାବରେ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[] ତାଙ୍କ ମାଆଙ୍କ ନାମ ଭିତିକା ଦାସ ।

ରାଜନୈତିକ ଜୀବନ

ସମ୍ପାଦନା

ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୦,୧୯୮ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପାର୍ଥୀ ସତ୍ୟଶିବ ଦାସଙ୍କୁ ୬,୫୬୪ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

  1. Bureau, OdishaLIVE (2019-02-13). "ନିର୍ବାଚନ ମଣ୍ଡଳୀ 'ଭୋଗରାଇ' - ଭୋଟର ଚାହୁଁଛନ୍ତି ଯୁବ ନେତୃତ୍ୱ". OdishaLIVE (in ଆମେରିକୀୟ ଇଂରାଜୀ). Retrieved 2024-06-18.
  2. "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.