ଘିମିରି ଏକ ଚର୍ମଜନିତ ରୋଗ ।ସାଧାରଣତଃ ଝାଳ ଅଧିକ ବୋହିଲେ ଘିମିରି ହେବାର ଆଶଙ୍କା ଅଧିକ ଥାଏ । ଏହା ବ୍ୟତିତ ଝାଳ ବାହାରୁ ନଥିବା ବ୍ୟକ୍ତିଙ୍କଠାରେ ମଧ୍ୟ ଘିମିରି ଦେଖାଯାଇଥାଏ । ଶରୀରରୁ ସ୍ୱେଦ ନ ବାହାରିବା ଫଳରେ ଚର୍ମରେ ଲୋମକୂପଗୁଡିକ ବନ୍ଦ ହେଇଯାଏ । ଏହା ଫଳରେ ଶରୀରରେ ଝାଳ ବାହାରି ନଥାଏ । ସାଧାରଣତଃ ଖରାଦିନେ ପ୍ରାୟ ଲୋକଙ୍କଠାରେ ଘିମିରି ବାହାରି ଥାଏ ।

ଛାତି, ବେକ ଏବଂ କାନ୍ଧରେ ସାଧାରଣ ଲାଲ ଦାଗ ଦେଖାଯାଉଥିବା ଘିମିରିର ଏକ ଛବି

ଏହା ବାହାରିବାର କେତେକ କାରଣ ରହିଛି, ଯଥା-ପେଟ ସଫା ନ ରହିବା, ହର୍ମୋନରେ ଅସନ୍ତୁଳ ଦେଖାଗଲେ, ରକ୍ତ ବିଶୁଦ୍ଧ ନ ରହିଲେ, ସନ୍ତୁଳିତ ଖାଦ୍ୟ ନ ଖାଇଲେ, କୌଣସି କାରଣରୁ ଆଲର୍ଜି ହେଇଥିଲେ, ପ୍ରଦୂଷିତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିଲେ ।

ଘିମିରର ଉପଚାର ପାଇଁ ନିମ୍ମୋକ୍ତ ଘରୋଇ ଉପଚାର କରାଯାଇପାରେ ।

  • ଗାଧୋଇବା ପାଣିରେ ଡେଟଲ ପକାଇ ଗାଧାନ୍ତୁ ।
  • ନିମ୍ବଯୁକ୍ତ ସାବୁନ ବ୍ୟବହାର କରନ୍ତୁ ନଚେତ ପାଣିରେ ନିମ୍ବପତ୍ରକୁ ଫୁଟାଇ ସେହି ଫୁଟାପାଣି ଥଣ୍ଡା ହେଲେ ଗାଧାନ୍ତୁ ।
  • ସଫା କଟନ ଡ୍ରେସ ବା ଶାଢି ପିନ୍ଧନ୍ତୁ ।
  • ଫ୍ରିଜ ପାଣି ନ ପିଇ ମାଠିଆ ବା ସୁରେଇର ପାଣି ପିଅନ୍ତୁ ।