ଚୈତ୍ର ପୂର୍ଣ୍ଣିମା

(ଚଇତ ପୁନେଇଁରୁ ଲେଉଟି ଆସିଛି)

ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା ।[୧] ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।

ଚୈତ୍ର ପୂର୍ଣ୍ଣିମା
ଅନ୍ୟ ନାମଚଇତ ପୁନେଇଁ
ପ୍ରକାରଧାର୍ମିକ
ତାରିଖଚୈତ୍ର ପୂର୍ଣ୍ଣିମା
୨୦୨୪ ତାରିଖdate missing (please add)
ସମ୍ପର୍କିତରାସ ପୂର୍ଣ୍ଣିମା

ଆଧାର ସମ୍ପାଦନା

  1. ପ୍ରହରାଜ, ଗୋପାଳ (1932). ପୂର୍ଣ୍ଣଚନ୍ଦ୍ର ଭାଷାକୋଷ (PDF). କଟକ: ବିଶ୍ୱନାଥ କର.