ଛ ମାଣ ଆଠ ଗୁଣ୍ଠ
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା ।[୧] ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ପୃଷ୍ଠଭୂମି
ସମ୍ପାଦନାଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି । କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା । ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି । ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି । ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି । ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି । କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା । ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି । ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି । ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ । ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି । ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି । ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି । କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି । ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି । ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି । କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି । ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
ଆଧାର
ସମ୍ପାଦନା- ↑ ଦେଶ କାଳ ପାତ୍ର. Cuttack: Friends Publishers. ୧୯୯୨. ISBN 817401697X.