ଜଗବନ୍ଧୁ ଦାସ

ଓଡ଼ିଆ ରାଜନୀତିଜ୍ଞ

ଜଗବନ୍ଧୁ ଦାସ (୨୧ ଅପ୍ରେଲ ୧୯୪୭ - ୫ ସେପ୍ଟେମ୍ବର ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଜଗବନ୍ଧୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୪ ଓ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜଗବନ୍ଧୁ ଦାସ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀନୀଳମଣି ରାଉତରାୟ
ପର ଅଧିକାରୀନୀଳମଣି ରାଉତରାୟ
ନିର୍ବାଚନ ମଣ୍ଡଳୀବାସୁଦେବପୁର
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀନୀଳମଣି ରାଉତରାୟ
ପର ଅଧିକାରୀମଧୁସୂଦନ ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀବାସୁଦେବପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1947-01-24)ଜାନୁଆରୀ ୨୪, ୧୯୪୭
ମୃତ୍ୟୁ୫ ସେପ୍ଟେମ୍ବର ୧୯୮୬(1986-09-05) (ବୟସ ୩୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀଦୌପଦୀ ଦାସ
ବାପା/ବୋଉକରୁଣାକର ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଜଗବନ୍ଧୁ ଦାସ ୧୯୪୭ ମସିହାର ଅପ୍ରେଲ ମାସ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା କରୁଣାକର ଦାସ ଏବଂ ପତ୍ନୀଙ୍କ ନାମ ଦ୍ରୌପଦୀ ଦାସ ।[୧] ଜଗବନ୍ଧୁଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଜଗବନ୍ଧୁ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ କଂଗ୍ରେସ (ଇ)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଜଗବନ୍ଧୁ ଦାସ ୧୯୮୬ ମସିହାର ସେପ୍ଟେମ୍ବର ମାସ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୩୯ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Jagabandhu Das". odishaassembly.nic.in. Odisha Assembly. Retrieved 14 January 2020.