ଜୟନାରାୟଣ ମହାନ୍ତି

ଓଡ଼ିଆ ରାଜନୀତିଜ୍ଞ

ଜୟନାରାୟଣ ମହାନ୍ତି (୧୧ ଅକ୍ଟୋବର ୧୯୫୧ - ୨୦ ଜାନୁଆରୀ ୨୦୨୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ ।[୧] ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ରହିଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଥିଲେ । ୧୯୯୫ ଓ ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ଜୟନାରାୟଣ ମହାନ୍ତି
ବିଧାୟକ: ୧୧ଶ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ପୂର୍ବ ଅଧିକାରୀଅଶ୍ୱିନୀ କୁମାର ପାତ୍ର
ପର ଅଧିକାରୀଅଶ୍ୱିନୀ କୁମାର ପାତ୍ର
ନିର୍ବାଚନ ମଣ୍ଡଳୀଜଳେଶ୍ୱର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1951-10-11)୧୧ ଅକ୍ଟୋବର ୧୯୫୧
ମୃତ୍ୟୁ୨୦ ଜାନୁଆରୀ ୨୦୨୪(2024-01-20) (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶୁକଲତା ମହାନ୍ତି
ସନ୍ତାନ୩ ପୁଅ, ୧ ଝିଅ
ବାପା/ବୋଉଶମ୍ଭୁନାଥ ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ଜୟନାରାୟଣ ମହାନ୍ତି ୧୯୫୧ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ସମ୍ଭୁନାଥ ମହାନ୍ତି । ଜୟନାରାୟଣଙ୍କର ଶିକ୍ଷାଗତ ଯୋଗ୍ୟତା ବାଣିଜ୍ୟରେ ସ୍ନାତକତ୍ତୋର । ତାଙ୍କ ପତ୍ନୀଙ୍କ ନାମ ଶୁକଲତା ମହାନ୍ତି ।[୨] ତାଙ୍କର ୩ ପୁଅ ଓ ଗୋଟିଏ ଝିଅକୁ ମିଶାଇ ସମୁଦାୟ ସନ୍ତାନ ସଂଖ୍ୟା ୪

ରାଜନୈତିକ ଜୀବନ ସମ୍ପାଦନା

ଜୟନାରାୟଣ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଜଳେଶ୍ୱ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ ସମ୍ପାଦନା

୨୦୨୪ ମସିହା ଜାନୁଆରୀ ୨୦ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।[୩] ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. News7, Prameya (20 January 2024). "ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ବିୟୋଗ, ୭୪ ବର୍ଷରେ ବୁଜିଲେ ଆଖି". Prameya News7. Retrieved 20 January 2024.{{cite web}}: CS1 maint: numeric names: authors list (link)
  2. ୨.୦ ୨.୧ ୨.୨ "Shri Jayanarayan Mohanty". odishaassembly.nic.in. Odisha Assembly. Retrieved 12 June 2019.
  3. Acharya, Boudhayan (20 January 2024). "ଆରପାରିରେ ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି". Sambad. Retrieved 20 January 2024.