ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର

ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।[]

DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" ।[] ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।

ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ ।[][][]

ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦିଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା ।

ବ୍ୟବହାର

ସମ୍ପାଦନା

DOI ବ୍ୟବସ୍ଥାର ମୂଳ ବ୍ୟବହାରଗୁଡ଼ିକ ହେଲା:

  • ୩,୦୦୦ ପାଖାପାଖି ପ୍ରକାଶକଙ୍କ ମିଳିତ ସଂଗଠନ କ୍ରସରେଫ ଆଦି ଜରିଆରେ ଶିକ୍ଷାଭିତ୍ତିକ ଉପକରଣ (ଜର୍ଣ୍ଣାଲ ପ୍ରସଙ୍ଗ, ବହି, ଇବହି ଆଦି);
  1. Paskin, Norman (2010), "Digital Object Identifier (DOI®) System", Encyclopedia of Library and Information Sciences (3rd ed.
  2. "ISO 26324:2012(en), Information and documentation — Digital object identifier system".
  3. Witten, Ian H.; David Bainbridge & David M. Nichols (2010).
  4. Langston, Marc; Tyler, James (2004).
  5. "How the 'Digital Object Identifier' works".

ବାହାର ଲିଙ୍କ

ସମ୍ପାଦନା