ତ୍ରିଲୋଚନ କାନୁନଗୋ

ଓଡ଼ିଆ ରାଜନୀତିଜ୍ଞ

ତ୍ରିଲୋଚନ କାନୁନଗୋ (୧୨ ସେପ୍ଟେମ୍ବର ୧୯୪୦ - ୨୧ ଅପ୍ରେଲ ୨୦୨୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୪ ମସିହାରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଜଗତସିଂହପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ତ୍ରିଲୋଚନ କାନୁନଗୋ
ସାଂସଦ: ୧୩ଶ ଲୋକ ସଭା
କାର୍ଯ୍ୟକାଳ
୧୯୯୯ – ୨୦୦୪
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୫ ସେପ୍ଟେମ୍ବର ୧୯୮୯
ନିର୍ବାଚନ ମଣ୍ଡଳୀଗୋବିନ୍ଦପୁର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀସୁର ସେଠୀ
ପର ଅଧିକାରୀସଂଗ୍ରାମ କେଶରୀ ମହାପାତ୍ର
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ନିର୍ବାଚନ ମଣ୍ଡଳୀଗୋବିନ୍ଦପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1940-12-09)ଡିସେମ୍ବର ୯, ୧୯୪୦
ମୃତ୍ୟୁ୨୧ ଅପ୍ରେଲ ୨୦୨୩(2023-04-21) (ବୟସ ୮୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀଅଗୁସ୍ତୀ କାନୁନଗୋ
ବାପା/ବୋଉପ୍ରେମାନନ୍ଦ କାନୁନଗୋ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ତ୍ରିଲୋଚନ କାନୁନଗୋ ୧୯୪୦ ମସିହାର ସେପ୍ଟେମ୍ବର ମାସ ୧୨ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରେମାନନ୍ଦ କାନୁନଗୋ ଏବଂ ପତ୍ନୀଙ୍କ ନାମ ଅଗୁସ୍ତୀ କାନୁନଗୋ ।[୧] ତ୍ରିଲୋଚନଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ ସମ୍ପାଦନା

ତ୍ରିଲୋଚନ କାନୁନଗୋ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ, ବିଜୁ ଜନତା ଦଳ ଓ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ଏବଂ ଭାରତୀୟ ସଂସଦ ଲୋକ ସଭାର ଜଣେ ସାଂସଦ ଭାରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

୨୦୨୩ ମସିହା ଅପ୍ରେଲ ମାସ ୨୧ ତାରିଖରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଥିବା ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା ।[୨] ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ "Shri Trilochan Kanungo". odishaassembly.nic.in. Odisha Assembly. Retrieved 24 January 2020.
  2. "ପୂର୍ବତନ ସାଂସଦ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ". www.sambad.in. ଇଷ୍ଟର୍ଣ୍ଣ ମିଡ଼ିଆ. Archived from the original on 21 April 2023. Retrieved 21 April 2023.