ଦେବୀ ପ୍ରସନ୍ନ ଚଣ୍ଡ

ଓଡ଼ିଆ ରାଜନୀତିଜ୍ଞ
(ଦେବୀ ପ୍ରସନ୍ନ ଚାନ୍ଦରୁ ଲେଉଟି ଆସିଛି)

ଦେବୀ ପ୍ରସନ୍ନ ଚଣ୍ଡ (ଜନ୍ମ: ୨୦ ମାର୍ଚ୍ଚ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଦେବୀ ପ୍ରସନ୍ନ ଚଣ୍ଡ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଅଶ୍ୱିନୀ କୁମାର ପାତ୍ର
ପର ଅଧିକାରୀଅଶ୍ୱିନୀ କୁମାର ପାତ୍ର
ନିର୍ବାଚନ ମଣ୍ଡଳୀଜଳେଶ୍ୱର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1964-03-20) ୨୦ ମାର୍ଚ୍ଚ ୧୯୬୪ (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁକାନ୍ତି ଚଣ୍ଡ
ସନ୍ତାନ୧ ପୁଅ, ୧ ଝିଅ
ବାପା/ବୋଉରାମଚନ୍ଦ୍ର ଚଣ୍ଡ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ଦେବୀ ପ୍ରସନ୍ନ ଚଣ୍ଡ ୧୯୬୪ ମସିହାର ମାର୍ଚ୍ଚ ମାସ ୨୦ ତାରିଖରେ ଅବିଭକ୍ତି ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମଚନ୍ଦ୍ର ଚଣ୍ଡ । ଦେବୀ ପ୍ରସନ୍ନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ସୁକାନ୍ତି ଚଣ୍ଡ ।

ରାଜନୈତିକ ଜୀବନ ସମ୍ପାଦନା

ଦେବୀ ପ୍ରସନ୍ନ ଚଣ୍ଡ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଦେବୀ ପ୍ରସନ୍ନ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୯,୬୮୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର ସମ୍ପାଦନା

  1. "Shri Debiprasanna Chand". odishaassembly.nic.in. Odisha Assembly. Retrieved 13 June 2019.