ଧଉଳି
ଧଉଳି ଓଡ଼ିଶାରେ ଥିବା ଏକ ବୌଦ୍ଧ ବିହାର ଓ ସ୍ତୁପ । ଏହା ଦୟା ନଦୀ କୂଳରେ ଧଉଳି ପାହାଡ଼ ଉପରେ ରହିଛି । ଏହି ପାହାଡର ପଥର ଉପରେ ବ୍ରାହ୍ମୀରେ ଅଶୋକଙ୍କ ଶିଳାଲେଖ ଅଛି । ଏଠାରେ କଳିଙ୍ଗ ଯୁଦ୍ଧ ହୋଇଥିଲା ବୋଲି ଐତିହାସିକମାନେ ମତ ଦେଇଥାନ୍ତି ।
ଅବସ୍ଥିତି
ସମ୍ପାଦନାଧଉଳି ଭୁବନେଶ୍ୱରଠାରୁ ୮ କିମି ଦୁରରେ ରହିଛି ।
ଇତିହାସ
ସମ୍ପାଦନାଏଠାରେ ଥିବା ୬କ ଶିଳାଲେଖରେ ଅଶୋକ ପୁରା ପୃଥିବୀର ମଙ୍ଗଳ ପାଇଁ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା ଓଡ଼ିଶାର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ ବୁଦ୍ଧଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି ବିଶ୍ୱାସ କରାଯାଏ । ତେବେ ଏହା ଏବେ ବି ସବୁ ଗବେଷକମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢ଼ନ୍ତି । [୧] । ସେ ବୌଦ୍ଧ ଧର୍ମରେ ନିଜକୁ ବଦଳାଇବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ [୨] । ସାଧାରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ୧୯୭୦ରେ ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ଼ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଥିଲା, ଯାହା ଗବେଷକମାନଙ୍କ ପାଇଁ ଏକ ବିଶେଷ ଜାଗା ।
ଏକଦା ଧଉଳି ପାହାଡ଼ ସୁରଭିଗିରି ନାମରେ ଐତିହାସିକ ସ୍ୱାକ୍ଷର ବହନ କରିଥିଲା । ଏହାର ଶିଖର ଦେଶରେ ଏକ ଭେଷଜ ଉପବନ ଓ ପ୍ରମୋଦ ଉଦ୍ୟାନ ମଧ୍ୟ ଥିଲା । ଅଶୋକଙ୍କ ଧର୍ମାନୁଶାସନ ବହନ କରିଥିବା ଦକ୍ଷିଣ ସୀମାନ୍ତବର୍ତ୍ତୀ ପାହାଡରେ ପ୍ରିୟଦର୍ଶୀ ରାଜତ୍ୱର ମୂକସାକ୍ଷୀ ରୂପେ ବିଦ୍ୟମାନ ଶିଳାହସ୍ତୀକୁ ମହାଭାରତ ସମୟର ଅଶ୍ୱତ୍ଥାମା ହସ୍ତୀ ନାମରେ ଓ ପାହାଡ଼ଟିକୁ ଅଶ୍ୱତ୍ଥାମା ପାହାଡ଼ ନାମରେ ନାମିତ କରାଯାଇଛି । ଜତୁଗୃହରୁ ଆତ୍ମରକ୍ଷା ପାଇଁ ମାତା କୁନ୍ତୀଙ୍କ ସହ ପଞ୍ଚୁପାଣ୍ଡବ ଏଠାରେ ରହିଥିବାରୁ ଏହାର ଗୁମ୍ଫା ସମୂହକୁ ପଞ୍ଚୁପାଣ୍ଡବ ଗୁମ୍ଫା ନାମରେ ନାମିତ କରାଯାଇଛି ।
ଓଡ଼ିଶାରେ ଥିବା ଅନ୍ୟ ବୌଦ୍ଧ କୀର୍ତ୍ତି
ସମ୍ପାଦନାବୌଦ୍ଧ ଧର୍ମ ଶ୍ରେଣୀବିଭାଗ
ସମ୍ପାଦନା- ଥେରବାଦ
- ମହାଯାନ
- ବଜ୍ରଯାନ
- ସହଜଯାନ