ଧନୁର୍ଜୟ ସିଦୁ

ଓଡ଼ିଆ ରାଜନୀତିଜ୍ଞ

ଧନୁର୍ଜୟ ସିଦୁ (ଜନ୍ମ: ୦୨ ମାର୍ଚ୍ଚ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଧନୁର୍ଜୟ ସିଦୁ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀସହରାଇ ଓରାମ
ପର ଅଧିକାରୀଜିତୁ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଚମ୍ପୁଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1966-03-02) ୨ ମାର୍ଚ୍ଚ ୧୯୬୬ (ବୟସ ୫୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସରସ୍ୱତୀ ସିଦୁ
ସନ୍ତାନ୧ ପୁଅ
ବାପା/ବୋଉଗୁରୁ ଚରଣ ସିଦୁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ଧନୁର୍ଜୟ ସିଦୁ ୧୯୬୬ ମସିହାର ମାର୍ଚ୍ଚ ମାସ ୨ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୁରୁ ଚରଣ ସିଦୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ । ତାଙ୍କ ପତ୍ନୀଙ୍କ ନାମ ସରସ୍ୱତୀ ସିଦୁ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଧନୁର୍ଜୟ ସିଦୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଧନୁର୍ଜୟ ସିଦୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୮,୦୫୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଦୁର୍ଯ୍ୟୋଧନ ପିଙ୍ଗୁଆଙ୍କୁ ୯୨୯୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ "Shri Dhanurjaya Sidu". odishaassembly.nic.in. Odisha Assembly. Retrieved 5 August 2019.
  2. ୨.୦ ୨.୧ "Orissa 2004". Election Commission of India (in Indian English). Retrieved 2019-06-27.