ଧୃବ ଚରଣ ସାହୁ
ଓଡ଼ିଆ ରାଜନୀତିଜ୍ଞ
ଧୃବ ଚରଣ ସାହୁ (ଜନ୍ମ: ୧୧ ଅପ୍ରେଲ ୧୯୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଧୃବଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଧୃବ ଚରଣ ସାହୁ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ପ୍ରହଲ୍ଲାଦ ମଲ୍ଲିକ, ଦୀନବନ୍ଧୁ ସାହୁ |
ପର ଅଧିକାରୀ | ସରୋଜ କାନ୍ତ କାନୁନଗୋ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅପ୍ରେଲ ୧୧, ୧୯୧୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରମା ଦେବୀ |
ବାପା/ବୋଉ | ଚକ୍ରଧର ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଧୃବ ଚରଣ ସାହୁ ୧୯୧୫ ମସିହାର ଅପ୍ରେଲ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଚକ୍ରଧର ସାହୁ ଏବଂ ପତ୍ନୀଙ୍କ ନାମ ରମା ଦେବୀ ।[୧] ଧୃବଚରଣଙ୍କର ପେଶାରେ ଜଣେ ଓକିଲ ଥିଲେ ।[୧]
ରାଜନୈତିକ ଜୀବନ
ସମ୍ପାଦନାଧୃବ ଚରଣ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]