ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ ।[୧][୨] ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ ।[୩] ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।[୧][୪]

ନବରାତ୍ରୀ
Durga Puja celebration.jpg
ପାଳନକାରୀହିନ୍ଦୁ ଧର୍ମାମ୍ବଲମ୍ବୀ
ପ୍ରକାରଧାର୍ମିକ
ପାଳନ୯-୧୦ ଦିନ
ଆରମ୍ଭଆଶ୍ୱିନ ଶୁକ୍ଳ ପ୍ରତିପଦ
ଶେଷଆଶ୍ୱିନ ଶୁକ୍ଳ ନବମୀ
ତାରିଖହିନ୍ଦୁ ଚନ୍ଦ୍ର ପଞ୍ଜିକା ଅନୁସାରେ ସ୍ଥିର କରାଯାଇଥାଏ
୨୦୨୦ ତାରିଖ୧୭ ଅକ୍ଟୋବର - ୨୫ ଅକ୍ଟୋବର

ପାଳନସମ୍ପାଦନ କରନ୍ତୁ

  • ପୌଷ ନବରାତ୍ର: ପୌଷ ଶୁକ୍ଳ ଅଷ୍ଟମୀ ତିଥିରୁ ପୌଷ ପୂର୍ଣ୍ଣିମା ପର୍ଯ୍ୟନ୍ତ । କେବଳ ଏହି ଗୋଟିଏ ନବରାତ୍ର ପ୍ରତିପଦରୁ ଆରମ୍ଭ ନ'ହୋଇ ଅଷ୍ଟମୀରୁ ହୋଇଥାଏ ଓ ସାଧାରଣତଃ ୯ ଦିନ ପରିବର୍ତ୍ତେ ୮ ଦିନ ପାଳନ କରାଯାଇଥାଏ । [୫]
  • ମାଘ ନବରାତ୍ର: ମାଘ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
  • ବସନ୍ତ ନବରାତ୍ର: ଚୈତ୍ର ଆଷାଢ଼ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
  • ଗୁପ୍ତ ନବରାତ୍ର: ଆଷାଢ଼ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
  • ଶରତ ନବରାତ୍ର: ଆଶ୍ୱିନ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ

ଆସନ୍ତା ନବରାତ୍ର ତାରିଖସମ୍ପାଦନ କରନ୍ତୁ

୨୦୧୫ସମ୍ପାଦନ କରନ୍ତୁ

  • ଚୈତ୍ର ନବରାତ୍ର/ବସନ୍ତ ନବରାତ୍ର/ରାମ ନବରାତ୍ର: ୨୧ ମାର୍ଚ୍ଚ ୨୦୧୫ (ଶନିବାର) - ୨୯ ମାର୍ଚ୍ଚ (ରବିବାର)
  • ଆଷାଢ଼ ନବରାତ୍ର/ଗୁପ୍ତ ନବରାତ୍ର: ୧୭ ଜୁଲାଇ (ଶୁକ୍ରବାର) - ୨୬ ଜୁଲାଇ (ରବିବାର)
  • ଆଶ୍ୱିନ ନବରାତ୍ର/ଶାରଦୀୟ ନବରାତ୍ର/ମହା ନବରାତ୍ର: ୧୩ ଅକ୍ଟୋବର (ମଙ୍ଗଳବାର) - ୨୩ ଅକ୍ଟୋବର (ଶୁକ୍ରବାର)

୨୦୧୬ସମ୍ପାଦନ କରନ୍ତୁ

  • ପୌଷ ନବରାତ୍ର/ଶାକମ୍ବରୀ ନବରାତ୍ର: ୧୭ ଜାନୁଆରୀ (ରବିବାର)- ୨୪ ଜାନୁଆରୀ (ରବିବାର)
  • ମାଘ ନବରାତ୍ର/ଗୁପ୍ତ ନବରାତ୍ର: ୯ ଫେବୃଆରୀ (ମଙ୍ଗଳବାର) - ୧୭ ଫେବୃଆରୀ (ବୁଧବାର)
  • ଚୈତ୍ର ନବରାତ୍ର/ବସନ୍ତ ନବରାତ୍ର/ରାମ ନବରାତ୍ର: ୮ ଅପ୍ରେଲ (ଶୁକ୍ରବାର) - ୧୬ ଅପ୍ରେଲ (ଶନିବାର)
  • ଆଷାଢ଼ ନବରାତ୍ର/ଗୁପ୍ତ ନବରାତ୍ର: ୫ ଜୁଲାଇ (ମଙ୍ଗଳବାର) - ୧୪ ଜୁଲାଇ (ଗୁରୁବାର)
  • ଆଶ୍ୱିନ ନବରାତ୍ର/ଶାରଦୀୟ ନବରାତ୍ର/ମହା ନବରାତ୍ର: ୨ ଅକ୍ଟୋବର (ରବିବାର) - ୧୧ ଅକ୍ଟୋବର (ମଙ୍ଗଳବାର)

ଦୁର୍ଗାସମ୍ପାଦନ କରନ୍ତୁ

ପୁରାଣ ମତେ ଦୁର୍ଗ ରାକ୍ଷସ ବ୍ରହ୍ମାଙ୍କଠାରୁ ବରପ୍ରାପ୍ତ ହୋଇ ଭୀଷଣ ଶକ୍ତିଶାଳୀ ଓ ଅତ୍ୟାଚାରୀ ହୋଇ ଉଠିଲା । ସେ ତ୍ରିଲୋକ ଜିଣିବା ପରେ ଦେବଲୋକ ଯାଇ ଦେବରାଜ ଇନ୍ଦ୍ରଙ୍କୁ ଭୟ ଦେଖାଇଲା। ଦେବଗଣ ସମ୍ମିଳିତ ହୋଇ ଲଢ଼ିଲେ, କିନ୍ତୁ ସମସ୍ତ ଦେବ ଆୟୁଧକୁ ବ୍ୟର୍ଥ କରି ଦୁର୍ଗ ଦୈତ୍ୟ ଦେବଗଣଙ୍କୁ ବନ୍ଦୀକରି ନିଜ ଦୁର୍ଗର କାଳକୋଠରୀରେ ବନ୍ଦକରି ନିତ୍ୟ ନିର୍ଯ୍ୟାତନା ଦେବାରେ ଲାଗିଲା । ସବୁ ଦେବତା ଭୀତତ୍ରସ୍ତ ହୋଇ ମହାଶକ୍ତିଙ୍କୁ ପ୍ରାର୍ଥନା କଲେ । ଦୟାରେ ବିଗଳିତ ମା’ ଆବିର୍ଭୂତ ହୋଇ ନିଜ ଅଗ୍ନିଗର୍ଭା ନେତ୍ରରେ ଦୁର୍ଗମର ଦୁର୍ଗ ଧ୍ୱଂସ କରି ଦେବଗଣକୁ ଉଦ୍ଧାର କଲେ । ଯେତେବେଳେ ଦୁର୍ଗ ମା’ଙ୍କୁ ଆକ୍ରମଣ କରିବାକୁ ଆସିଲା ମା’ ସହସ୍ରଭୂଜା ହୋଇ ଅସୁମାରି ଶସ୍ତ୍ର ଧାରଣ କରି ରାକ୍ଷସକୁ ବଧ କଲେ । ସେହିଦିନଠାରୁ ସେ ଦୁର୍ଗ ନାଶକାରି ଦୁର୍ଗା ଭାବେ ପୂଜିତ ହେଲେ । ସିଂହବାହିନୀ ଭାବରେ ସେ ଉଭୟ ସ୍ନେହୀ ଓ ଭୟଙ୍କରୀ । ସିଂହ ଉପରେ ବସି ସେ ଚତୁର୍ଭୁଜା, ଅଷ୍ଟଭୁଜା ବା ଏପରିକି ସହସ୍ରଭୁଜା ମଧ୍ୟ ହୋଇପାରନ୍ତି, କିନ୍ତୁ ସବୁବେଳେ ତାଙ୍କର ଗୋଟିଏ ହାତ ବରଦା ବା ଶାନ୍ତ ମୁଦ୍ରାରେ ଶୋଭିତ । ମା’ ରୂପରେ ସେ ଭକ୍ତ ଓ ଶରଣାଗତମାନଙ୍କ ପାଇଁ ସେ ଅଭୟ, ଦୟା ଓ ବରଦା, କରୁଣାମୟୀ । କିନ୍ତୁ ଦୁରାଚାରୀ, ରାକ୍ଷସ ସ୍ୱଭାବର ବ୍ୟକ୍ତି, ଯେ ଅନ୍ୟମାନଙ୍କୁ କଷ୍ଟ ଦିଅନ୍ତି ସେମାନଙ୍କ ପାଇଁ ସେ ଭୟଙ୍କର ହୋଇପଡ଼ନ୍ତି ।

ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।

ନବଦୁର୍ଗାସମ୍ପାଦନ କରନ୍ତୁ

ଶୈଳପୁତ୍ରୀ: ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ । ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନାଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ । ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି ।

ବ୍ରହ୍ମଚାରିଣୀ: ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ । ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ । ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି ।

ଚିତ୍ରଘଣ୍ଟା: ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ । ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।

କୁଷ୍ମାଣ୍ଡା: ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି । ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି ।

ସ୍କନ୍ଦମାତା: ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଦମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଦକୁ କୋଳରେ ବସାଇଥାନ୍ତି ।

କାତ୍ୟାୟନୀ: ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା

କାଳରାତ୍ରୀ: ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ । ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ଼୍‌ଗ ଧାରଣ କରିଥାନ୍ତି ।

ମହାଗୌରୀ: ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ସୌମ୍ୟ ରୂପ । ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି ।

ସିଦ୍ଧିଦାତ୍ରୀ: ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। (କେତେକ ଧର୍ମଗ୍ରନ୍ଥରେ ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି।) ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ ।

ପୂଜାବିଧିସମ୍ପାଦନ କରନ୍ତୁ

ନବରାତ୍ର ପୂଜା ନିମନ୍ତେ ପ୍ରଥମେ ପୂଜାବେଦୀରେ ଘଟ ସ୍ଥାପନ କରି ଦେବୀଙ୍କୁ ଆବାହନ କରାଯାଏ । ଧାନ କିମ୍ବା ଗହମ ଉପରେ ସ୍ଥାପନ କରାଯାଇଥିବା ଘଟରେ ଦେବୀ ଦୁର୍ଗାଙ୍କ ଛବି କିମ୍ବା ସ୍ୱସ୍ତିକ ଚିହ୍ନ ଅଙ୍କନ କରାଯାଏ । ନଅ ଦିନ ପର୍ଯ୍ୟନ୍ତ ପୂଜା ହୋଇ ଶେଷ ଦିନ ଘଟକୁ ବିସର୍ଜନ କରାଯାଏ । ଅଷ୍ଟମୀ ବା ନବମୀ ଦିନ ଦଶ ବର୍ଷ ବୟସରୁ ଉଣା ବୟସର ୯ଜଣ କୁମାରୀଙ୍କୁ ଦୁର୍ଗାଙ୍କ ନଅଗୋଟି ମୂର୍ତ୍ତି, ଯଥା: କୁମାରୀ (କୁମାରିକା), ତ୍ରିମୂର୍ତ୍ତିନୀ (ତ୍ରିମୂର୍ତ୍ତି), କଲ୍ୟାଣୀ (କଳହାଣି), ରୋହିଣୀ, କାଳୀ, ଚଣ୍ଡିକା, ଶଂଭବୀ (ଶାମ୍ଭବୀ), ଦୁର୍ଗା ଓ ସୁଭଦ୍ରା ରୂପେ କଳ୍ପନା କରି ଭୋଜନ ଦିଆଯାଏ। [୬]

ଗ୍ୟାଲେରିସମ୍ପାଦନ କରନ୍ତୁ

ଆଉରି ଦେଖନ୍ତୁସମ୍ପାଦନ କରନ୍ତୁ

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ Encyclopedia Britannica 2015.
  2. Christopher John Fuller (2004). The Camphor Flame: Popular Hinduism and Society in India. Princeton University Press. pp. 108–109. ISBN 978-0-69112-04-85.
  3. "Navratri 2020 | Navratri Date Description, Importance ,Ghat Sthaapana,rule" (in ଇଂରାଜୀ). 2020-09-21. Retrieved 2020-10-13.
  4. James G. Lochtefeld 2002, pp. 468–469.
  5. "Banada Ashtami and Shakambari Navaratri". DrikPanchang. Retrieved 6 January 2015.
  6. ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃ:୪୧୩୭

ଅଧିକ ତଥ୍ୟସମ୍ପାଦନ କରନ୍ତୁ