ନଳିନୀକାନ୍ତ ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ନଳିନୀକାନ୍ତ ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ନଳିନୀକାନ୍ତ ପ୍ରଧାନ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀରମେଶ ଚନ୍ଦ୍ର ସାଇ
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୯୩,୯୫୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ସଞ୍ଜୀବ କୁମାର ସାହୁଙ୍କୁ ୧୬,୧୫୩ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

  1. "General Election to Assembly Constituencies 2024: Athamallik (Odisha)". Election Commission of India. Retrieved 3 July 2024.