ନାଗ ଚତୁର୍ଥୀ କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ପାଳନ କରାଯାଏ ।[୨] ଏହି ପର୍ବଟି ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ । ଏହି ପର୍ବରେ ନାରୀମାନେ ପରିବାର ତଥା ବିଶେଷ କରି ସନ୍ତାନମାନଙ୍କ ମଙ୍ଗଳ କାମନା କରି ପାଳନ କରିଥାନ୍ତି । ବିଶ୍ୱାସ ରହିଛି ଏହି ପୂଜା କଲେ ସର୍ପ ଦଶଂନର ଭୟ ରହେ ନାହିଁ । ଏହି ପୂଜା ଦୀପାବଳି ଅମାବାସ୍ୟା ପରବର୍ତ୍ତୀ ଚତୁର୍ଥୀ ଦିନ ପରେ ପାଳନ କରାଯାଏ । ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା । ନାରୀମାନେ ଏକତ୍ରିତ ହୋଇ ହୁଙ୍କା ଥିବା ସ୍ଥାନରେ ତଥା ହୁଙ୍କାର କିଛି ଅଂଶକୁ ଆଣି ଚଉଁରା ମୂଳେ ରଖି, ନାଗ-ନାଗୁଣିଙ୍କ ତମ୍ବାର ମୂର୍ତ୍ତି ରଖି, ଚିତା ପକାଇ ସିନ୍ଦୁରଦେଇ ଫୁଲରେ ସଜାଇ, ସବୁ ପ୍ରକାରର ପୂଜା ସାମଗ୍ରୀ ଯଥା ଧୂପ ଦୀପ ନଡ଼ିଆ, କଦଳୀ, ଗୁଡ଼ ଚାଉଳ ଚୁନା, ଆଖୁ ଓ ଅନ୍ୟାନ୍ୟ ଫଳ ମୂଳ ଦେଇ ପୂଜା କରିଥାନ୍ତି । କେଉଁ କେଉଁ ସ୍ଥାନରେ କ୍ଷୀର ମଧ୍ୟ ନାଗ ଦେବତାଙ୍କ ସନ୍ତୁଷ୍ଠି ଉଦେଶ୍ୟରେ ଅର୍ପଣ କରାଯାଏ । ହୁଙ୍କା ପୂଜାରେ ଖିର ଓ ସିରିଣି ଦିଆ ଯାଇଥାଏ।[୩]

ନାଗ ଚତୁର୍ଥୀ
ପାଳନକାରୀହିନ୍ଦୁ
ପ୍ରକାରଧାର୍ମିକ
ପର୍ବ ପାଳନହୁଙ୍କା ପୂଜା
ତାରିଖକାର୍ତ୍ତିକ ଶୁକ୍ଳ ଚତୁର୍ଥୀ
୨୦୨୩ ତାରିଖdate missing (please add)
ସମ୍ପର୍କିତସାପ

ଆଧାରସମ୍ପାଦନ କରନ୍ତୁ

  1. "Chaturthi, Kartik, Shukla Paksha,mvat". DrikPanchang. Retrieved 5 February 2015.
  2. "Naga Chaturthi, Naga puja : Festivals of India". shaktipeethas.org. 2013. Retrieved 18 February 2013. Kartika sukla chavithi (Naga Chaturthi)
  3. http://www.templesindia.org/index.php?option=com_content&view=article&id=79:naga-chaturthi-&catid=38:hindu-festivals&Itemid=61