ନିତ୍ୟାନନ୍ଦ ସାହୁ

ଓଡ଼ିଆ ରାଜନୀତିଜ୍ଞ
(ନିତ୍ୟ‍ାନନ୍ଦ ସାହୁରୁ ଲେଉଟି ଆସିଛି)

ନିତ୍ୟାନନ୍ଦ ସାହୁ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ନିତ୍ୟାନନ୍ଦ ସାହୁ
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀରଘୁନାଥ ମହାନ୍ତି
ପର ଅଧିକାରୀସୁବାସିନୀ ଜେନା
ନିର୍ବାଚନ ମଣ୍ଡଳୀବସ୍ତା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ନିତ୍ୟାନନ୍ଦ ସାହୁ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନିତ୍ୟାନନ୍ଦ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୭୬,୭୩୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ବିଜେଡ଼ିର ପ୍ରାର୍ଥୀ ଭାବରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

  1. "Shri Nityananda Sahoo". odishaassembly.nic.in. Odisha Assembly. Retrieved 22 June 2019. {{cite web}}: Cite has empty unknown parameter: |dead-url= (help)