ନୀଳକଣ୍ଠ ଦାସ
ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।
ପଣ୍ଡିତ ନୀଳକଣ୍ଠ ଦାସ | |
---|---|
ବାଚସ୍ପତି, ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୭ ମଇ ୧୯୫୭ – ୧ ଜୁଲାଇ ୧୯୬୧ | |
ପୂର୍ବ ଅଧିକାରୀ | ନନ୍ଦ କିଶୋର ଦାସ |
ପର ଅଧିକାରୀ | ଲିଙ୍ଗରାଜ ପାଣିଗ୍ରାହୀ |
ବିଧାୟକ, ସତ୍ୟବାଦୀ | |
କାର୍ଯ୍ୟକାଳ ୧୯୫୧ – ୧୯୬୧ | |
ପର ଅଧିକାରୀ | ରାଜ ରାଜଦେବ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଶ୍ରୀରାମଚନ୍ଦ୍ରପୁର, ସାକ୍ଷୀଗୋପାଳ, ପୁରୀ, ଓଡ଼ିଶା | ୫ ଅଗଷ୍ଟ ୧୮୮୪
ମୃତ୍ୟୁ | ୬ ନଭେମ୍ବର ୧୯୬୭ | (ବୟସ ୮୩)
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରାଧାମଣି ଦେବୀ |
ସନ୍ତାନ | ୨ପୁଅ ଓ ୩ ଝିଅ |
ଶିକ୍ଷାନୁଷ୍ଠାନ | କଲିକତା ବିଶ୍ୱବିଦ୍ୟାଳୟ, ରେଭେନ୍ସା ମହାବିଦ୍ୟାଳୟ |
ବୃତ୍ତି | ସ୍ୱାଧୀନତା ସଂଗ୍ରାମୀ, ସାମ୍ବାଦିକ, ଲେଖକ, ବାଗ୍ମୀ, କବି |
ପେଷା | ଶିକ୍ଷକ |
ୱେବସାଇଟ | ବିଧାନ ସଭା ସଭ୍ୟ ପୃଷ୍ଠା |
ଶିକ୍ଷା ଓ ଜୀବନ
ସମ୍ପାଦନାପଣ୍ଡିତ ନୀଳକଣ୍ଠ ଦାସ ଜଣେ ମେଧାବୀ ଛାତ୍ର ଥିଲେ । ଭର୍ଣ୍ଣାକୁଲାର ପରୀକ୍ଷାଠାରୁ ଆରମ୍ଭ କରି ରେଭେନ୍ସା କଲେଜର ବି.ଏ. ପରୀକ୍ଷା ପର୍ଯ୍ୟନ୍ତ ସେ ଓଡ଼ିଶାରେ ପ୍ରଥମ ହୋଇଆସିଥିଲେ । ଦର୍ଶନ ଶାସ୍ତ୍ର ଓ ରସାୟନ ବିଜ୍ଞାନ ବିଷୟକୁ ନେଇ ବି.ଏ.ପରୀକ୍ଷାରେ ଉତ୍ତିର୍ଣ ହୋଇଥିଲେ । ପରେ ମାସିକ ବୃତ୍ତି ପାଇ ନୀଳକଣ୍ଠ ଦର୍ଶନ ଶାସ୍ତ୍ର କଲିକତା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ସେତେବେଳେ ତାହାର ମାନ ଖୁବ ଅଧିକ ଥିବାରୁ ତାଙ୍କୁ ଫିରିଙ୍ଗି ସରକାରଙ୍କ ଅଧିନରେ ଅନେକ ଉଚ୍ଚ ବେତନଯୁକ୍ତ ଚାକିରି ମିଳିଥିଲା,କିନ୍ତୁ ପଣ୍ଡିତ ଗୋପବନ୍ଧୁ ,ଆଚାର୍ଯ୍ୟ ହରିହର ଓ ପଣ୍ଡିତ ନୀଳକଣ୍ଠ ଭାର୍ଗବୀ ନଈରେ ବଢିପାଣିରେ ହଇଜାରେ ମରି ଭାସି ଯାଉଥିବା ଶବଗୁଡିକୁ ଦେଖି ଶପଥ ନେଇଥିଲେ ,' ସରକାରୀ ଚାକିରି କରିବା ନାହିଁ, ଏଇଲେ ଦେଶକୁ ଯେମିତି ଦେଖୁଛେ ମଲା ବେଳକୁ ଆହୁରି ଭଲ ଦେଖି ମରିବା ।' ଅନଗ୍ରସର , ମୂକ ଓଡ଼ିଆ ଜାତିର ପାଟିରେ ଭାଷା ଦେବା ପାଇଁ ସତ୍ୟବାଦୀ ବନବିଦ୍ୟାଳୟ ୧୯୦୯ ପ୍ରତିଷ୍ଠା ହେଲା ଓ ମାସିକ ୩୦ଟଙ୍କା ବେତନରେ ସତ୍ୟବାଦୀ ବନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବରେ କାମ ଆରମ୍ଭ କରିଥିଲେ ।[୧]
ରଚନାବଳୀ
ସମ୍ପାଦନାପଣ୍ଡିତ ନୀଳକଣ୍ଠ କବିତା, ପ୍ରବନ୍ଧ ଓ ଶିଶୁ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ନିଜର ଅବଦାନ ଛାଡିଯାଇଛନ୍ତି । ଶିଶୁ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅବଦାନ ଦୃଷ୍ଟିରୁ ବିଶିଷ୍ଟ ସାହିତ୍ୟିକ ସୁରେନ୍ଦ୍ର ମହାନ୍ତି ତାଙ୍କୁ ଶିଶୁ ସାହିତ୍ୟର ଆଦ୍ୟସ୍ରଷ୍ଟା ବୋଲି କହିଛନ୍ତି । ଭାଷାବିତମାନଙ୍କ ମତରେ ଦାସ ପ୍ରଥମ ଓଡ଼ିଆ ଭାଷାବିଜ୍ଞାନୀ ।
କାବ୍ଯ
ସମ୍ପାଦନା- ପ୍ରଣୟିନୀ(୧୯୧୯)
- କୋଣାର୍କେ(୧୯୧୯)
- ଖାରବେଳ(୧୯୨୦)
- ଦାସନାୟକ(୧୯୨୩)
ପ୍ରବନ୍ଧ
ସମ୍ପାଦନା- ଆର୍ଯ୍ୟ ଜୀବନ
- ଓଡ଼ିଆ ସାହିତ୍ୟର କ୍ରମ ପରିଣ।ମ
- ଶ୍ରୀମଦ ଭଗବତଗୀତାର ଭୂମିକା
- ଓଡ଼ିଆ ଭାଷା ଓ ସାହିତ୍ୟ
- ସଂସ୍କୃତି ଓ ସଂସ୍କୃତି
- ଲାବଣ୍ୟବତୀର ଟୀକା
ଶିଶୁ ସାହିତ୍ୟ
ସମ୍ପାଦନା- ପିଲାଂକ ରାମାୟଣ
- ପିଲାଂକ ମହାଭାରତ
- ପିଲାଙ୍କ ଭାଗବତ[୨]
ଅନୁବାଦ
ସମ୍ପାଦନା"ଲର୍ଡ଼ ଟେନିସନ"ଙ୍କ କବିତାକୁ ଓଡ଼ିଆରେ ଦାସ ନାୟକ ଓ ପ୍ରଣୟିନୀ ନାମରେ ଅନୁବାଦ କରିଛନ୍ତି ।[୩]
ସାମ୍ବାଦିକତା
ସମ୍ପାଦନା- ସମାଜର ସମ୍ପାଦକ
- "ନବଭାରତ"ର ସମ୍ପାଦକ
- ସାପ୍ତାହିକ "ଲୋକମତ"ର ପ୍ରତିଷ୍ଠାତା
- ଉତ୍କଳ ସାହିତ୍ୟ ସମାଜର ଆଜୀବନ ସଭ୍ୟ[୪]
ସେ ଗୀତାର ଓଡ଼ିଆରେ ଟୀକା ଲେଖିଥିଲେ । ଏହାଛଡ଼ା ଓଡ଼ିଆ ଭାଷା ଓ ଲିପିର ସୁଧାରରେ ସେ ଅନେକ ପଦକ୍ଷେପ ନେଇଥିଲେ । ବିଜ୍ଞାନ ସମ୍ମତ ବିଶୁଦ୍ଧ ଓଡ଼ିଆ ବ୍ୟାକରଣ ପୁସ୍ତକର ରଚୟିତା ।
ଓଡ଼ିଶା ପ୍ରଦେଶ ଓ ଭାଷା ଆନ୍ଦୋଳନ
ସମ୍ପାଦନାଓଡ଼ିଆ ଭାଷାକୁ ବାକି ପଡ଼ୋଶୀ ଭାଷାଭାଷୀମାନଙ୍କ ଆକ୍ରମଣରୁ ଅଲଗା କରି ସ୍ୱତନ୍ତ୍ର ଭାଷାର ମର୍ଯ୍ୟାଦା ଦେବାରେ ସେ ମୁଖ୍ୟ ଭୂମିକା ନିଭାଇଥିଲେ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ବ୍ୟାସକବି ଫକିର ମୋହନ ସେନାପତି, ସ୍ୱଭାବ କବି ଗଙ୍ଗାଧର ମେହେର, କବିବର ରାଧାନାଥ ରାୟ ଓ ଏମିତି ଅନେକ କର୍ମୀମାନଙ୍କ ସହ ସେ ଓଡ଼ିଶା ପ୍ରଦେଶ ଗଠନ ପାଇଁ ଆନ୍ଦୋଳନରେ ଯୋଗ ଦେଇଥିଲେ ଯାହାର ଫଳ ସ୍ୱରୂପ ୧ ଅପ୍ରେଲ ୧୯୩୬ରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠିତ ହେଲା ।[୫]
ସମାଜ ସଂସ୍କାର ଓ ଭାରତର ସ୍ୱାଧିନତାରେ ଭୂମିକା
ସମ୍ପାଦନାନୀଳକଣ୍ଠ ଭାରତର ସ୍ୱାଧୀନତା ଆନ୍ଦୋଳନରେ ଜଣେ ସକ୍ରିୟ କର୍ମୀ ଭାବରେ ଅଂଶ ଗ୍ରହଣ କରି ୩ ଥର ( ୨ ବର୍ଷ ୨ ମାସ ) ହଜାରୀ ବାଗ ଜେଲରେ କାରାବରଣ କରିଥିଲେ । "କେନ୍ଦ୍ର ବିଧାନ ସଭା" ଓ ଓଡ଼ିଶା ବିଧାନ ସଭାରେ ତାଙ୍କର ଓଜସ୍ୱିନୀ ଭାଷଣ ଅନେକଙ୍କୁ ଦେଶସେବା ଆଡ଼କୁ ମୁହାଁଇଥିଲା । ସେ ଏକାଧାରରେ ଜଣେ ଦେଶ ସେବକ, ସୁବକ୍ତା, ସୁଲେଖକ, ବାଗ୍ମୀ ଓ ଭାଷାବିତ(ଦ) ଥିଲେ । ଜଣେ ସକ୍ରିୟ ସ୍ୱାଧୀନତା ସଂଗ୍ରାମୀ ଭାବରେ ସେ ଛୁଆଁ ଅଛୁଆଁ ଭେଦଭାବ ଓ ନାନାଦି ସାମାଜିକ କୁସଂସ୍କାର ବିରୋଧରେ ସ୍ୱର ଉଠାଇଥିଲେ ।[୬] ପଣ୍ଡିତ ନୀଳକଣ୍ଠ ଜାତିଭେଦ ମାନୁନଥିଲେ ଓ ନିଜ ଛାତ୍ରମାନଙ୍କୁ ମଧ୍ୟ ସେହି ଶିକ୍ଷା ଦେଉଥିଲେ । ସେତେବେଳେ ବ୍ରାହ୍ମଣ ସମାଜରେ, ଦାଢୀ କାଟି ନିଶ ରଖିବା ମନା ଥିଲା । ଏହାର ପ୍ରତିବାଦ କରି, ସେ ଦାଢୀ କାଟି ନିଶ ରଖିଥିଲେ । ଏଥିପାଇଁ ତାଙ୍କୁ ଶାସନୀ ବ୍ରାହ୍ମଣ ସମାଜର ଘୋର ବିରୋଧର ସମ୍ମୁଖିନ ହୋଇଥିଲେ ଓ ତାଙ୍କୁ ଦାଢୀ ହେବାକୁ ପଡିଥିଲା । ଏହି ପ୍ରଥାକୁ ବିଦ୍ରୁପ କରି, ସେ ମୋ ନିଶ ନାମରେ ପ୍ରବନ୍ଧ ଲେଖିଥିଲେ ।
ସମ୍ମାନ
ସମ୍ପାଦନା- ପଦ୍ମ ଭୂଷଣ, ୧୯୬୦
- ସାହିତ୍ୟ ଏକାଡେମୀ ପୁରସ୍କାର - ୧୯୬୩ (ତାଙ୍କର ବହି ଆତ୍ମଜୀବନୀ ନିମନ୍ତେ) [୭]
- ଡି. ଲିଟ (ଉତ୍କଳ ବିଶ୍ୱବିଦ୍ୟାଳୟ)
- ଉତ୍କଳ ଗୁରୁ ଉପାଧି -୧୯୫୧[୮]
ଆଧାର
ସମ୍ପାଦନା- ↑ "An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu". academia.edu. 2012. Retrieved 20 June 2012.
Nilakantha Das (1884-1967) joined the school in October1911 after completion of postgraduation in philosophy
- ↑ ପିଲାଂକ ମହାଭାରତ ପୁସ୍ତକର ପ୍ରଚ୍ଛଦ
- ↑ Changing the Terms, Translating in the Postcolonial Era Archived 2011-08-27 at the Wayback Machine.. Sherry Simon and Paul St-Pierre. 272 pages . 6 x 9 ISBN 978-0-7766-0524-1 (November 2000)
- ↑ http://www.eodissa.com/eminent-odia/77-eminent-writer/663-pandita-nilakantha-das-
- ↑ http://orissa.gov.in/e-magazine/Orissareview/2010/April/engpdf/31-39.pdf
- ↑ http://www.orissadiary.com/personality/freedom_fighter/NilakanthaDas.asp Archived 2011-10-26 at the Wayback Machine.>
- ↑ "AKADEMI AWARDS (1955-2020)". କେନ୍ଦ୍ର ସାହିତ୍ୟ ଏକାଡେମୀ. Retrieved 11 June 2021.
- ↑ ପ୍ରମେୟ ୦୫/୦୮/୨୦୧୪ ପୃଷ୍ଠା ୮