ନୀଳାଦ୍ରି ନାୟକ

ଓଡ଼ିଆ ରାଜନୀତିଜ୍ଞ

ନୀଳାଦ୍ରି ନାୟକ (୨୧ ଜୁଲା ୧୯୪୩ - ୨୩ ଡିସେମ୍ବର ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ନୀଳାଦ୍ରି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ, ପ୍ରଗତି ଦଳ, ଜନତା ପାର୍ଟି ଓ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୫ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪, ୧୯୭୭, ୧୯୯୦, ୨୦୦୦ ଓ ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ, ୯ମ, ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ନୀଳାଦ୍ରି ନାୟକ
ବିଧାୟକ: ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୮୦
ପୂର୍ବ ଅଧିକାରୀଭାଗିରଥୀ ମହାପାତ୍ର
ପର ଅଧିକାରୀଚନ୍ଦ୍ରସେନ ନାଏକ
ନିର୍ବାଚନ ମଣ୍ଡଳୀତେଲକୋଇ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀପ୍ରାଣ ବଲ୍ଲଭ ନାଏକ
ପର ଅଧିକାରୀଚନ୍ଦ୍ରସେନ ନାଏକ
ନିର୍ବାଚନ ମଣ୍ଡଳୀତେଲକୋଇ
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀଚନ୍ଦ୍ରସେନ ନାଏକ
ପର ଅଧିକାରୀପ୍ରେମାନନ୍ଦ ନାୟକ
ନିର୍ବାଚନ ମଣ୍ଡଳୀତେଲକୋଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1947-07-21)ଜୁଲାଇ ୨୧, ୧୯୪୭
ମୃତ୍ୟୁ୨୩ ଡିସେମ୍ବର ୨୦୧୦(2010-12-23) (ବୟସ ୬୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ, ପ୍ରଗତି ଦଳ, ଜନତା ପାର୍ଟି, ଜନତା ଦଳ
ଜୀବନ ସାଥୀଚନ୍ଦ୍ରକଳା ନାଏକ
ବାପା/ବୋଉକିଶୋର ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ନୀଳାଦ୍ରି ନାୟକ ୧୯୪୩ ମସିହାର ଜୁଲାଇ ମାସ ୨୧ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କିଶୋର ନାଏକ ।[୧] ନୀଳାଦ୍ରିଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧] ତାଙ୍କ ପତ୍ନୀଙ୍କ ନାମ ଚନ୍ଦ୍ରକଳା ନାଏକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ନୀଳାଦ୍ରି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ, ପ୍ରଗତି ଦଳ, ଜନତା ପାର୍ଟି ଓ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ପାଞ୍ଚଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଉତ୍କଳ କଂଗ୍ରେସର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫,୧୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପଦ୍ମଲୋଚନ ସିଂହଙ୍କୁ ୯୬୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୭୧ ମସିହାରୁ ୧୯୭୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ପ୍ରଗତି ଦଳର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୯,୪୪୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଲକ୍ଷ୍ମଣ ସୋରେନଙ୍କୁ ୧,୪୫୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬,୯୯୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପ୍ରାର୍ଥୀ ଚନ୍ଦ୍ରସେନ ନାଏକଙ୍କୁ ୪,୦୮୪ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୪] ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୯,୦୨୭ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୫] ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପ୍ରାଣ ବଲ୍ଲଭ ନାୟକ ତାଙ୍କୁ ୯,୯୫୬ ଖଣ୍ଡରେ ପରାଜିତ କରି ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫]

୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଜନତା ଦଳର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୦,୬୨୮ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୬] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଏସ୍. ନାଏକଙ୍କୁ ୨୯,୯୫୫ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୬] ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଜନତା ଦଳର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୦୮୮ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୭] ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରସେନ ତାଙ୍କୁ ୫,୩୬୧ ଖଣ୍ଡରେ ପରାଜିତ କରି ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୭]

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଜନତା ଦଳର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୨,୯୫୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୮] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପ୍ରାଣ ବଲ୍ଲଭ ନାୟକଙ୍କୁ ୧୪,୪୩୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୮] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ନୀଳାଦ୍ରି ନାୟକ ଜନତା ଦଳର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୯,୦୪୮ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୯] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରାଣ ବଲ୍ଲଭ ନାୟକଙ୍କୁ ୨,୭୫୯ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୯] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ ସମ୍ପାଦନା

ନୀଳାଦ୍ରି ନାୟକ ୨୦୧୦ ମସିହାର ଡିସେମ୍ବର ମାସ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ ୧.୭ "Late Niladri Nayak". odishaassembly.nic.in. Odisha Assembly. Retrieved 26 July 2019.
  2. ୨.୦ ୨.୧ "Orissa 1971". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 1974". Election Commission of India (in Indian English). Retrieved 2019-06-27.
  4. ୪.୦ ୪.୧ "Orissa 1977". Election Commission of India (in Indian English). Retrieved 2019-06-27.
  5. ୫.୦ ୫.୧ "Orissa 1985". Election Commission of India (in Indian English). Retrieved 2019-06-27.
  6. ୬.୦ ୬.୧ "Orissa 1990". Election Commission of India (in Indian English). Retrieved 2019-06-27.
  7. ୭.୦ ୭.୧ "Orissa 1995". Election Commission of India (in Indian English). Retrieved 2019-06-27.
  8. ୮.୦ ୮.୧ "Orissa 2000". Election Commission of India (in Indian English). Retrieved 2019-06-27.
  9. ୯.୦ ୯.୧ "Orissa 2004". Election Commission of India (in Indian English). Retrieved 2019-06-27.