ପଦ୍ମିନୀ ଦିଆନ
ପଦ୍ମିନୀ ଦିଆନ (ଜନ୍ମ: ୧ ଜୁଲାଇ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞା । ପଦ୍ମିନୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପଦ୍ମିନୀ ଦିଆନ | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଚନ୍ଦ୍ରଶେଖର ମାଝି |
ନିର୍ବାଚନ ମଣ୍ଡଳୀ | କୋଟପାଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୮୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଦାଶିବ ଦିଆନ |
ବାପା/ବୋଉ | ଡମ୍ବରୁଧର ରନ୍ଧାରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ
ପଦ୍ମିନୀ ଦିଆନ ୧୯୮୬ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଡମ୍ବରୁଧର ରନ୍ଧାରୀ ଏବଂ ପତିଙ୍କ ନାମ ସଦାଶିବ ଦିଆନ ।[୧] ପଦ୍ମିନୀଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ
ପଦ୍ମିନୀ ଦିଆନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପଦ୍ମିନୀ ଦିଆନ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।
ଆଧାର ସମ୍ପାଦନ କରନ୍ତୁ
- ↑ ୧.୦ ୧.୧ ୧.୨ ୧.୩ "Smt. Padmini Dian". odishaassembly.nic.in. Odisha Assembly. Retrieved 2 February 2020.