ପଦ୍ମ ଚରଣ ହଇବୁରୁ
ପଦ୍ମ ଚରଣ ହଇବୁରୁ (ଜନ୍ମ: ୧୬ ଅକ୍ଟୋବର ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପଦ୍ମ ଚରଣ ହଇବୁରୁ | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ରଘୁନାଥ ହେମ୍ବ୍ରମ |
ପର ଅଧିକାରୀ | ଅଜିତ ହେମ୍ବ୍ରମ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୬ ଅକ୍ଟୋବର ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ଜୀବନ ସାଥୀ | ଯମୁନା ତ୍ରିୟା |
ବାପା/ବୋଉ | ସଦାନନ୍ଦ ହଇବୁରୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାପଦ୍ମ ଚରଣ ହଇବୁରୁ ୧୯୬୨ ମସିହାର ଅକ୍ଟୋବର ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାନନ୍ଦ ହଇବୁରୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଇତିହାସରେ ସ୍ନାତକୋତ୍ତର । ତାଙ୍କ ପତ୍ନୀଙ୍କ ନାମ ଯମୁନା ତ୍ରିୟା ।[୧]
ରାଜନୈତିକ ଜୀବନ
ସମ୍ପାଦନାପଦ୍ମ ଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୫,୨୮୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପ୍ରାର୍ଥୀ ରଘୁନାଥ ହେମ୍ବ୍ରମଙ୍କୁ ୧୫,୬୪୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Padma Charan Haiburu". odishaassembly.nic.in. Odisha Assembly. Retrieved 8 September 2019.
- ↑ ୨.୦ ୨.୧ "Orissa 2000". Election Commission of India (in Indian English). Retrieved 2019-06-27.