ପାଣୁ ଚନ୍ଦ୍ର ନାଏକ
ପାଣୁ ଚନ୍ଦ୍ର ନାଏକ (୨୩ ଜୁଲାଇ ୧୯୪୯ - ୩୦ ଡିସେମ୍ବର ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପାଣୁ ଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପାଣୁ ଚନ୍ଦ୍ର ନାଏକ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ବୃନ୍ଦାବନ ମାଝି |
ପର ଅଧିକାରୀ | ରବିନାରାୟଣ ନାଏକ |
ନିର୍ବାଚନ ମଣ୍ଡଳୀ | କୁଚିଣ୍ଡା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୩ ଜୁଲାଇ ୧୯୪୯ |
ମୃତ୍ୟୁ | ୩୦ ଡିସେମ୍ବର ୨୦୧୩ | (ବୟସ ୬୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପିତୁଳି ଭୋଇ |
ବାପା/ବୋଉ | ମୁନା ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାପାଣୁ ଚନ୍ଦ୍ର ୧୯୪୯ ମସିହାର ଜୁଲାଇ ମାସ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୁନା ନାଏକ ଓ ପତ୍ନୀଙ୍କ ନାମ ପିତୁଳି ଭୋଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ଇଣ୍ଟରମିଡିଏଟ୍ ।[୧]
ରାଜନୈତିକ ଜୀବନ
ସମ୍ପାଦନାପାଣୁ ଚନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସମ୍ପାଦନାପାଣୁ ଚନ୍ଦ୍ର ନାଏକ ୨୦୧୩ ମସିହାର ଡିସେମ୍ବର ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Panu Chandra Naik". odishaassembly.nic.in. Odisha Assembly. Retrieved 21 August 2020.