ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ କାଳ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । ଏହି ସମୟରେ ହେମନ୍ତ ଋତୁ ଧରାପୃଷ୍ଟରେ ପ୍ରବେଶ କରେ ଓ 'ଭଗ ନାମକ ହିରଣ୍ୟ ରେତସ ସୂର୍ଯ୍ୟ' କନ୍ୟା ରାଶିକୁ ସ୍ପର୍ଶ କରନ୍ତି ଅର୍ଥାତ୍ ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦ ତିଥି ଆରମ୍ଭ ହୁଏ । କୁହାଯାଏ ଯେ, ଏହି ସମୟରେ ପିତୃଲୋକର ସବୁ ଅତୃପ୍ତ ପ୍ରେତ ପ୍ରେତତ୍ତ୍ୱରୁ ମୁକ୍ତି ପାଇଥାନ୍ତି । କନ୍ୟାରାଶିକୁ ଭଗ ନାମକ ସୂର୍ଯ୍ୟ ଗମନ କଲେ ପିତୃରାଜ୍ୟରେ ଶୁଭଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଅବିମୁକ୍ତ ଥିବା ପ୍ରେତମାନେ ଏହି ସୂର୍ଯ୍ୟଙ୍କର କିରଣକୁ ସହ୍ୟ କରିପାରନ୍ତି ନାହିଁ । ତେଣୁ ପିତୃଲୋକମାନେ କନ୍ୟା ସଂଯୁକ୍ତ ହୋଇ ତିଳୋଦଳ ପାଇଁ ଆଗ୍ରହ ପ୍ରକାଶ କରିଥାନ୍ତି । ଯଦି ପୁତ୍ର ବା ବଂଶଜମାନେ ତିଳ ତର୍ପଣ ନ କରନ୍ତି ତେବେ ପିତୃପୁରୁଷମାନେ ଉତକ୍ଷିପ୍ତ ହୋଇ ଅଭିଶାପ ପ୍ରଦାନ କରନ୍ତି । ଆଶ୍ୱିନ ମାସର ଚାନ୍ଦ୍ରମାସ ପକ୍ଷ ବା କୃଷ୍ଣପକ୍ଷ ପୃଥିବୀପୃଷ୍ଠଟି ମହାଆଳୟରେ ପରିଣତ ହୋଇଥାଏ । ପିତୃ ଓ ଅବିମୁକ୍ତ ପିତୃ ଉଭୟ ଶ୍ରଦ୍ଧା କାମନାରେ ନିଜ ଗୃହରେ ଉପଗତ ହୋଇଥାଆନ୍ତି ।

ପିତୃପକ୍ଷରେ ପିଣ୍ତଦାନ