ପ୍ରଣବ ପ୍ରକାଶ ଦାସ

ଓଡ଼ିଆ ରାଜନୀତିଜ୍ଞ

ପ୍ରଣବ ପ୍ରକାଶ ଦାସ (ଜନ୍ମ: ୧୮ ଜୁନ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ଜଣେ ମନ୍ତ୍ରୀ ଭାବରେ ୨୦୧୪ ମସିହାରୁ ୨୦୧୭ ମସିହାଯାଏଁ କାର୍ଯ୍ୟ କରୁଥିଲେ । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପ୍ରଣବ ପ୍ରକାଶ ଦାସ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀପରମେଶ୍ୱର ସେଠୀ
ନିର୍ବାଚନ ମଣ୍ଡଳୀଯାଜପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1972-06-28) ୨୮ ଜୁନ ୧୯୭୨ (ବୟସ ୫୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉଅଶୋକ ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରଣବ ପ୍ରକାଶ ଦାସ ୧୯୭୨ ମସିହାର ଜୁନ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଅଶୋକ ଦାସ ।[୧] ପ୍ରଣବଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରଣବ ପ୍ରକାଶ ଦାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧] ପୂର୍ବରୁ ସେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ ।


ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Pranab Prakash Das". odishaassembly.nic.in. Odisha Assembly. Retrieved 18 November 2019.