ପ୍ରଦୀପ କୁମାର ଦିଶାରୀ

ଓଡ଼ିଆ ରାଜନୀତିଜ୍ଞ

ପ୍ରଦୀପ କୁମାର ଦିଶାରୀ (ଜନ୍ମ: ୮ ଜୁନ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରଦୀପ କୁମାର ଦିଶାରୀ
Pradip Kumar Dishari.jpg
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବଳଭଦ୍ର ମାଝି
ନିର୍ବାଚନ ମଣ୍ଡଳୀଲାଞ୍ଜିଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-06-08) ୮ ଜୁନ ୧୯୭୫ (ବୟସ ୪୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପଦ୍ମାବତୀ ଦିଶାରୀ
ବାପା/ବୋଉପଦ୍ମନାଭ ଦିଶାରୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ପ୍ରଦୀପ କୁମାର ଦିଶାରୀ ୧୯୭୫ ମସିହାର ଜୁନ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପଦ୍ମନାଭ ଦିଶାରୀ ଓ ପତ୍ନୀଙ୍କ ନାମ ପଦ୍ମାବତୀ ଦିଶାରୀ ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ପ୍ରଦୀପ କୁମାର ଦିଶାରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଂଗ୍ରେସ ପ୍ରାର୍ଥୀ ଭାବରେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ବଳଭଦ୍ର ମାଝିଙ୍କଠାରୁ ୨୪,୮୯୫ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୨]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେଡିର ପ୍ରାର୍ଥୀ ଭାବରେ ପୁଣିଥରେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୨,୪୧୩ ଖଣ୍ଡ ଭୋଟ୍ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସର ଶିବାଜୀ ମାଝିଙ୍କୁ ୧୪,୩୦୮ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଥି ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩]

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Pradip Kumar Dishari". odishaassembly.nic.in. Odisha Assembly. Retrieved 8 June 2021.
  2. ୨.୦ ୨.୧ Giri, Smruti Sangita (11 April 2019). "ଲାଞ୍ଜିଗଡ଼ର 'ଗଡ଼' ହାତେଇବ କିଏ ?". Kanak News (in ଓଡ଼ିଆ). kanaknews.com. Archived from the original on 31 May 2021. Retrieved 31 May 2021.{{cite news}}: CS1 maint: unrecognized language (link)
  3. "Lanjigarh Assembly Election Results 2019 Live: Lanjigarh Constituency (Seat) Election Results, Live News". News18. Retrieved 8 June 2021.

ବାହାର ଆଧାରସମ୍ପାଦନ କରନ୍ତୁ