ପ୍ରାଣ ବଲ୍ଲଭ ନାଏକ

ଓଡ଼ିଆ ରାଜନୀତିଜ୍ଞ

ପ୍ରାଣ ବଲ୍ଲଭ ନାଏକ (ଜନ୍ମ: ୧୬ ସେପ୍ଟେମ୍ବର ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରାଣ ବଲ୍ଲଭ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପ୍ରାଣ ବଲ୍ଲଭ ନାଏକ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀଚନ୍ଦ୍ରସେନ ନାୟକ
ପର ଅଧିକାରୀନୀଳାଦ୍ରି ନାୟକ
ନିର୍ବାଚନ ମଣ୍ଡଳୀତେଲକୋଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1947-09-16) ୧୬ ସେପ୍ଟେମ୍ବର ୧୯୪୭ (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଚିତ୍ରଲତା ନାଏକ
ବାପା/ବୋଉଜମ୍ବୁ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ପ୍ରାଣ ବଲ୍ଲଭ ନାଏକ ୧୯୪୭ ମସିହାର ସେପ୍ଟେମ୍ବର ମାସ ୧୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜମ୍ବୁ ନାଏକ । ପ୍ରାଣ ବଲ୍ଲଭଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଚିତ୍ରଲତା ନାଏକ ।

ରାଜନୈତିକ ଜୀବନ ସମ୍ପାଦନା

ପ୍ରାଣ ବଲ୍ଲଭ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଥରେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପ୍ରାଣ ବଲ୍ଲଭ ନାଏକ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୮,୯୮୩ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଜନତା ପାର୍ଟିର ପ୍ରାର୍ଥୀ ନୀଳାଦ୍ରି ନାଏକଙ୍କୁ ୯,୯୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୮୫ ମସିହାରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର ସମ୍ପାଦନା

  1. "Shri Pranaballav Nayak". odishaassembly.nic.in. Odisha Assembly. Retrieved 24 July 2019.
  2. ୨.୦ ୨.୧ "Orissa 1985". Election Commission of India (in Indian English). Retrieved 2019-06-27.