ବଉଳ ଅମାବାସ୍ୟା
ପୌଷମାସ ଅମାବାସ୍ୟା ଦିନଟି ବଉଳ ଅମାବାସ୍ୟା ଭାବେ ପାରମ୍ପରିକ ରୀତିରେ ଓଡ଼ିଶାର ଘରେ ଘରେ ଏକ ସାମାଜିକ ଉତ୍ସବ ରୂପେ ପାଳିତ ହୋଇଥାଏ ।[୨] ସାଧାରଣତଃ ଏହି ସମୟରେ ଆମ୍ବ ଓ ପଣସ ଗଛଗୁଡ଼ିକରେ ବଉଳ ବା ଫଳକଷି ଧରେ । ଲୋକମାନଙ୍କ ମନରେ ବିଶ୍ୱାସ ଯେ ବଉଳ ଅମାବାସ୍ୟା ଦିନ ବିଧି ଅନୁସାରେ ଗଛମାନଙ୍କର ପୂଜା କଲେ, ଗଛରେ ବହୁତ ଫଳ ହୁଏ ।[୩]
ବଉଳ ଅମାବାସ୍ୟା | |
---|---|
ପର୍ବ ପାଳନ | ପୂଜା |
ତାରିଖ | ପୌଷ ଅମାବାସ୍ୟା |
୨୦୨୪ ତାରିଖ | ୧୧ ଜାନୁଆରୀ (ଗୁରୁବାର) |
୨୦୨୫ ତାରିଖ |
ପାଳନ
ସମ୍ପାଦନାବଉଳ ଅମାବାସ୍ୟା ପାଳନର ବିଧିବିଧାନ ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରର ଦେଖାଯାଏ । ପୁରୀ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ସକାଳ ଧୂପରେ ଗଇଁଠା ପିଠା ସହ ବଉଳ ଲାଗିହୁଏ । ଓଡ଼ିଆ ଘରଣୀମାନେ ପବିତ୍ରତାର ସହିତ ଉତ୍ସବଟିକୁ କେତେକ ଅଞ୍ଚଳରେ ପାରମ୍ପରିକ ରୀତିରେ ପାଳନ କରନ୍ତି । ଘରେ ଗଇଁଠା ପିଠା ତିଆରି କରାଯାଏ । ଉକ୍ତଦିନ ବାଡ଼ିରେ ଥିବା ଆମ୍ବ, ପଣସ, ନଡ଼ିଆ, ଗୁଆ, ପିଜୁଳି ଆଦି ଗଛ ମୂଳରୁ ଘାସ, ଅନାବନା ଗଛ ଓ ଲତା ପରିଷ୍କାର କରାଯାଏ । ଗୋବର ପାଣିରେ ଗଛମୂଳକୁ ଲିପାଯାଇଥାଏ । ତା’ପରେ ସେହି ଗଛଗୁଡ଼ିକରେ ଚିତା ପକାଯାଏ । ସନ୍ଧ୍ୟା ହେଲେ ଗଛଗୁଡ଼ିକୁ ହଳଦୀ ପାଣିରେ ଗାଧୋଇ ଦେଇ ସିନ୍ଦୂର, ଧୂପଦୀପ ଓ ଗଇଁଠା ପିଠାରେ ପୂଜା କରାଯାଇଥାଏ । କେତେକ ଅଞ୍ଚଳରେ ପୂଜା ପାଇଁ ପ୍ରସ୍ତୁତ ଗଇଁଠା ପିଠାକୁ ବଉଳଗୁଡ଼ ମଧ୍ୟ କୁହାଯାଏ । ଆମ୍ବ ବଉଳ ସଂଗ୍ରହ କରି ପିଠା ସହିତ ରଖାଯାଏ । ବଉଳ ଧରିଥିବା ଆମ୍ବଗଛ ମୂଳେ ଗଇଁଠା ପିଠା ଭୋଗ କରାଯାଏ [୪]ଏବଂ ଏହି ଭୋଗ ଓ ଆମ୍ବ ବଉଳ ପାଖ ପଡ଼ିଶା ବନ୍ଧୁ କୁଟୁମ୍ବଙ୍କୁ ବାଣ୍ଟି ପର୍ବଟିକୁ ପାଳନ କରାଯାଏ । ଆଉ କେଉଁ କେଉଁ ସ୍ଥାନରେ ଈଷାଣ କୋଣରେ ଓ ରୋଷେଇ ଘରେ ପୂଜା କରି ଭୋଗ ବଣ୍ଟାଯାଏ । ଆଉ କେଉଁ କେଉଁ ସ୍ଥାନରେ ମଧ୍ୟ ଘରେ କ୍ଷୀରପିଠା କରି ନୂଆ ବଉଳ ଆଣି ନିଜ ପରିବାରର ଇଷ୍ଟ ଦେବୀଙ୍କୁ ପୂଜା କରାଯାଏ । ସାଧାରଣତଃ ଗୋଷ୍ଠିଗତ ଭାବେ ରହୁଥିବା କୁଟୁମ୍ବରେ ବୟୋଜ୍ୟେଷ୍ଠ ପୁରୁଖା ବ୍ୟକ୍ତିଙ୍କ ଘରେ ଏହି ପୂଜା ହୋଇଥାଏ ଏବଂ ସମ୍ଭବ ସ୍ଥଳେ ଭାଇ ବିରାଦର ସମସ୍ତେ ଭୋଜିରେ ଏକାଠି ହୋଇ ପ୍ରଥମେ ବଉଳ ମିଶ୍ରିତ ଭୋଗ ସେବନ କରିଥାନ୍ତି ଓ ପରେ ବିଭିନ୍ନ ସୁମିଷ୍ଠ ଭୋଜନରେ ଆପ୍ୟାୟିତ ହୋଇଥାନ୍ତି । ଉକ୍ତ ସାମାଜିକ ପର୍ବଟିର ନାମ ଏବଂ ପାଳନ ବିଧିରୁ ସ୍ପଷ୍ଟ ଅନୁମେୟ ଯେ ନୂତନ ବଉଳକୁ ସ୍ୱାଗତ ଜଣାଇ ଓଡ଼ିଆ ଘରେ ଏହା ପର୍ବ ରୂପେ ସ୍ଥାନ ପାଇଛି । [୫]
ଆଧାର
ସମ୍ପାଦନା- ↑ "2017 Amavasya Dates, New Moon Dates". drikpanchang.com. Retrieved 11 May 2016.
- ↑ "Baula amba fula". eodisha.org. 2013. Archived from the original on 19 October 2020. Retrieved 11 February 2013.
Bakula Amavasya, or Vakula Amabasya, is observed during the Posh Amavasi in Orissa
- ↑ ":: Parampara Project | Practices Concerning Nature of Orissa". paramparaproject.org. 2012. Archived from the original on 23 November 2012. Retrieved 11 February 2013.
The ritual is performed to get more mangoes during the season.
- ↑ "Vakula Amavasi | Bakula Amavasya | amavasya 2013 | amavasya dates | Hindutara". hindutara.com. 2012. Archived from the original on 15 January 2013. Retrieved 11 February 2013.
Special food is prepared on this day and offered in temples as well as to the mango trees
- ↑ ରବିବାର ସମାଜ, ୬-୧୨ ଜାନୁଆରୀ ୨୦୧୩, ପୃଷ୍ଠା: ୭