ବନମାଳି ଦାସ
ବନମାଳି ଦାସ (୨୯ ଅଗଷ୍ଟ ୧୯୧୮ - ୨୫ ଫେବୃଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଏବଂ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ବନମାଳି ଦାସ | |
---|---|
ବିଧାୟକ: ୪ର୍ଥ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୭ | |
ପୂର୍ବ ଅଧିକାରୀ | ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ |
ପର ଅଧିକାରୀ | ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ |
ନିର୍ବାଚନ ମଣ୍ଡଳୀ | ନୀଳଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୯ ଅଗଷ୍ଟ ୧୯୧୮ |
ମୃତ୍ୟୁ | ୨୫ ଫେବୃଆରୀ ୨୦୦୭ | (ବୟସ ୮୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) |
ଜୀବନ ସାଥୀ | ଜାମିନିବାଳା ଦାସ |
ସନ୍ତାନ | ୨ ପୁଅ, ୪ ଝିଅ |
ବାପା/ବୋଉ | ହରିହର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାବନମାଳି ଦାସ ୧୯୧୮ ମସିହାର ଅଗଷ୍ଟ ମାସ ୨୯ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରିହର ଦାସ । ବନମାଳିଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଜାମିନିବାଳା ଦାସ । ତାଙ୍କର ୨ ପୁଅ ଓ ୪ ଝିଅଙ୍କୁ ଲଗାଇ ସମୁଦାୟ ୬ ଜଣ ସନ୍ତାନସନ୍ତତି ।
ସ୍ୱାଧୀନତା ସଂଗ୍ରାମରେ ଅବଦାନ
ସମ୍ପାଦନାବନମାଳି ଭାରତ ସ୍ୱାଧୀନ ହେବା ପୂର୍ବରୁ ୧୯୩୬ ମସିହାରୁ ୧୯୩୮ ମସିହାଯାଏଁ ଛାତ୍ର ଆନ୍ଦୋଳନରେ ସକ୍ରିୟ ଥିଲେ । ଏହାପରେ ୧୯୩୮ ମସିହାରୁ ୧୯୪୮ ମସିହା ମଧ୍ୟରେ ସେ ରାଜ୍ୟର ବିଭିନ୍ନ ପ୍ରକାରର ସ୍ୱାଧୀନତା ସଂଗ୍ରାମ ଆନ୍ଦୋଳନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।
ରାଜନୈତିକ ଜୀବନ
ସମ୍ପାଦନାବନମାଳି ଦାସ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ୩ଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ବନମାଳି ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୬୭ ମସିହାରେ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଏହାପରେ ବନମାଳି ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ଏବଂ ନିର୍ବାଚନରେ ବିଜୟୀ ହୋଇ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୃତ୍ୟୁ
ସମ୍ପାଦନାବନମାଳି ଦାସ ୨୦୦୭ ମସିହାର ଫେବୃଆରୀ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ "Late Banamali Das". odishaassembly.nic.in. Odisha Assembly. Retrieved 30 May 2019.